Posted inରାଜ୍ୟ

ବିଷାକ୍ତ ଗ୍ୟାସ୍‌ ଲିକ୍‌ ଘଟଣା: ୨ ଡିଜିଏମ୍‌ ଅଧିକାରୀ ନିଲମ୍ବିତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଉରକେଲା/ ସୁନ୍ଦରଗଡ଼, ୬।୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ କାରଖାନାର ୨ ଡିଜିଏମ୍‌ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ଅଧିକାରୀ ଗୋପବନ୍ଧୁ ବାରିକ ଓ ନଭେନ୍ଦୁ ଦାଶଙ୍କୁ କାରଖାନା କର୍ତ୍ତୃପକ୍ଷ ନିଲମ୍ବନ କରିଛନ୍ତି। ଅନ୍ୟପକ୍ଷେ ଆର୍‌ଏସ୍‌ପି ସିଇଓ ଦୀପକ ଭଟ୍ଟାଚାର୍ଯ୍ୟ ମୃତକଙ୍କ ପରିବାରକୁ କ୍ଷତିପୂରଣ ରାଶି ପ୍ରଦାନ କରିବା ସହ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ଦିଆଯିବ ବୋଲି ପ୍ରକାଶ କରିଛନ୍ତି। ଠିକା ସଂସ୍ଥା ଷ୍ଟାର୍‌ କନ୍‌ଷ୍ଟ୍ରକ୍ସନ ପକ୍ଷରୁ ପ୍ରତ୍ୟେକ ମୃତକ ପରିବାରକୁ ଅଢେଇ ଲକ୍ଷ ଟଙ୍କା କ୍ଷତିପୂରଣ ଓ ଅନ୍ତିମ ସଂସ୍କାର ପାଇଁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଘଟଣାକୁ ନେଇ ଶୋକ ପ୍ରକାଶ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri