Posted inରାଜ୍ୟ

ବିଷାକ୍ତ ଗ୍ୟାସ୍‌ ଲିକ୍‌ ଘଟଣା: ୨ ଡିଜିଏମ୍‌ ଅଧିକାରୀ ନିଲମ୍ବିତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଉରକେଲା/ ସୁନ୍ଦରଗଡ଼, ୬।୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ କାରଖାନାର ୨ ଡିଜିଏମ୍‌ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ଅଧିକାରୀ ଗୋପବନ୍ଧୁ ବାରିକ ଓ ନଭେନ୍ଦୁ ଦାଶଙ୍କୁ କାରଖାନା କର୍ତ୍ତୃପକ୍ଷ ନିଲମ୍ବନ କରିଛନ୍ତି। ଅନ୍ୟପକ୍ଷେ ଆର୍‌ଏସ୍‌ପି ସିଇଓ ଦୀପକ ଭଟ୍ଟାଚାର୍ଯ୍ୟ ମୃତକଙ୍କ ପରିବାରକୁ କ୍ଷତିପୂରଣ ରାଶି ପ୍ରଦାନ କରିବା ସହ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ଦିଆଯିବ ବୋଲି ପ୍ରକାଶ କରିଛନ୍ତି। ଠିକା ସଂସ୍ଥା ଷ୍ଟାର୍‌ କନ୍‌ଷ୍ଟ୍ରକ୍ସନ ପକ୍ଷରୁ ପ୍ରତ୍ୟେକ ମୃତକ ପରିବାରକୁ ଅଢେଇ ଲକ୍ଷ ଟଙ୍କା କ୍ଷତିପୂରଣ ଓ ଅନ୍ତିମ ସଂସ୍କାର ପାଇଁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଘଟଣାକୁ ନେଇ ଶୋକ ପ୍ରକାଶ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?