ମାଲିକଙ୍କ ବିଶ୍ୱାସରେ ବିଷ: ‘ଫୋନ୍‌ ପେ’ରେ ଲୁଟିନେଲେ ୯ ଲକ୍ଷ ୯୫ ହଜାର

ଭୁବନେଶ୍ୱର,୭।୩(ବ୍ୟୁରୋ): ମାଲିକର ବିଶ୍ୱାସରେ ବିଷ ଦେଲେ ଡ୍ରାଇଭର। ମାଲିକଙ୍କ ପାଖେ ପାଖେ ରହି ଏମିତି ଲୁଟୁଥିଲେ ଯେ, ସବୁ ଜାଣିଲା ବେଳକୁ ବ୍ୟାଙ୍କ ଆକାଉଣ୍ଟରୁ ଗାଏବ ହୋଇଯାଇଥିଲା ୯ ଲକ୍ଷ ୯୫ ହଜାର ଟଙ୍କା। ଏଭଳି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ।
ଅଭିଯୁକ୍ତ ହେଲେ ମନୋଜ ମାହାନା (୩୫)। ତାଙ୍କ ଘର ଡମଣାର ଗୋପୀନାଥ ସାହିରେ। ସେ ଡ. ଗୌରୀ ଦାସଙ୍କ ଘରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ।
ଅଭିଯୋଗ ଅନୁଯାୟୀ, ମଝିରେ ଗୌରୀ ଦାସ ଅସୁସ୍ଥ ଥିଲେ। ସେଥିପାଇଁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେ ଡାକ୍ତରଖାନାରେ ଥିବା ସମୟରେ ତାଙ୍କ ଆକ୍ସିସ ବ୍ୟାଙ୍କ ଆକାଉଣ୍ଟରୁ ଅଜଣା ଲୋକଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଥିଲା। ବ୍ୟାଙ୍କ ପାସ୍‌ବୁକ୍‌ ଅପ୍‌ଡେଟ୍‌ ପରେ ଏକଥା ତାଙ୍କ ନଜରକୁ ଆସିଥିଲା। ତାଙ୍କ ମୋବାଇଲ ‘ଫୋନ୍‌ ପେ’ ମାଧ୍ୟରେ ଏହି ସବୁ ଟଙ୍କା ଟ୍ରାନ୍ସଫର କରାଯାଇଥିଲା। ଅଭିଯୋଗ ପାଇବା ପରେ ପୋଲିସ ଘଟଣାର ଖୋଳତାଡ଼ କରିଥିଲା। ତଦନ୍ତ ବେଳେ ଏ କାମ ଡ୍ରାଇଭର ମନୋଜଙ୍କର ବୋଲି ଜଣାପଡ଼ିଥିଲା। ଗୌରୀଙ୍କ ମୋବାଇଲରେ ମନୋଜ ‘ଫୋନ୍‌ ପେ’ ଆପ ଡାଉନ୍‌ଲୋଡ୍‌ କରି ପର୍ଯ୍ୟାୟ କ୍ରମେ ଟଙ୍କା ଟ୍ରାନ୍ସଫର କରିଥିଲେ। ମନୋଜ ତାଙ୍କ’ ସ୍ତ୍ରୀ ଓ ମା’ଙ୍କ ଆକାଉଣ୍ଟକୁ ଏହି ଟଙ୍କା ଟ୍ରାନ୍ସଫର କରିଥିଲେ। ଏହା ସହିତ ନିଜ ଆକାଉଣ୍ଟକୁ ମଧ୍ୟ ଟଙ୍କା ପଠାଇଥିଲେ। ମନୋଜଙ୍କଠାରୁ ପୋଲିସ ଦୁଇଟି ମୋବାଇଲ ଫୋନ, ୩ଟି ସିମ, ୪ଟି ବ୍ୟାଙ୍କ ପାସ୍‌ ବୁକ, ୩ଟି ଏଟିଏମ କାର୍ଡ ଓ ଗୋଟିଏ ଆଧାରକାର୍ଡ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri