କ୍ୱାଲିଟି କନ୍‌ସେପ୍ଟ କନ୍‌ଭେନ୍‌ଶନରେ ଟିପିସିଓଡିଏଲ୍‌ ପୁରସ୍କୃତ

ଭୁବନେଶ୍ୱର,୧୪।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ଓ ପୁରସ୍କୃତ ହୋଇଛି। ବିଶେଷକରି କ୍ୱାଲିଟି ସର୍କଲ ଫୋରମ୍‌ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ) ପକ୍ଷରୁ ସିଲିକନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିଠାରେ ଆୟୋଜିତ ୫ମ ‘ଚାପ୍ଟର କନ୍‌ଭେନ୍‌ଶନ ଅନ୍‌ କ୍ୱାଲିଟି କନ୍‌ସେପ୍ଟ-୨୦୨୩’ରେ ଟିପିସିଓଡିଏଲ୍‌ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରିଛି। ଏକ ଉତ୍ତମ ଭବିଷ୍ୟତ ପାଇଁ କ୍ୱାଲିଟି କନ୍‌ସେପ୍ଟକୁ ସୁଦୃଢ଼ କରିବା ବିଷୟବସ୍ତୁ ଉପରେ ଆୟୋଜିତ ଏହି ସମ୍ମିଳନୀରେ ଟିପିସିଓଡିଏଲ୍‌ ସମସ୍ତ ସ୍ବର୍ଣ୍ଣ ବର୍ଗ ପୁରସ୍କାର ହାସଲକରି କ୍ୟୁସିସି, କାଇଜେନ୍‌ ଓ କର୍ମକ୍ଷେତ୍ର ପରିଚାଳନାରେ ଉତ୍କର୍ଷ ପ୍ରଦର୍ଶନ କରିଛି।

ଏହି ଉପଲବ୍ଧି ହାସଲ କରିବାରେ ଟିପିସିଓଡିଏଲ, ମେଣ୍ଟର, ବରିଷ୍ଠ ଟିମ୍‌ ଲିଡର ଓ ଉତ୍ସର୍ଗୀକୃତ ଟିମ୍‌ ସଦସ୍ୟଙ୍କ ସାମଗ୍ରିକ ଉଦ୍ୟମ ଗୁରୁତ୍ୱପୂର୍ଣ୍ଣ ଥିଲା। ୧୦ଟି ପ୍ରକଳ୍ପ ଜରିଆରେ ଟିପିସିଓଡିଏଲ୍‌ ଏହି ସଫଳତା ହାସଲ କରିଛି, ଯାହା ନିରନ୍ତର ଉନ୍ନତି ପ୍ରତି ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ସେହିଭଳି ଚାପ୍ଟର କନ୍‌ଭେନସନ ଅନ୍‌ କ୍ୱାଲିଟି କନ୍‌ସେପ୍ଟ ୨୦୨୩ ରେ ଟିପିସିଓଡିଏଲ୍‌ର ସମସ୍ତ ୧୦ ଟିମ୍‌ ସ୍ବର୍ଣ୍ଣ ବର୍ଗ ପୁରସ୍କାର ହାସଲ କରିଥିବା ବେଳେ ସମ୍ମାନଜନକ ନ୍ୟାଶନାଲ କନ୍‌ଭେନ୍‌ସନ୍‌ ଅନ୍‌ କ୍ୱାଲିଟି କନ୍‌ସେପ୍ଟ (ଏନ୍‌ସିକ୍ୟୁସି) ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ କହିଛନ୍ତି, କ୍ୱାଲିଟି ଓ ଉତ୍କର୍ଷ ପ୍ରତି ଟିପିସିଓଡିଏଲ୍‌ର ଅତୁଟ ପ୍ରତିବଦ୍ଧତା ଏହି ସମ୍ମାନଗୁଡ଼ିକରେ ପ୍ରତିଫଳିତ ହୋଇଛି।

ସଫଳତା ପାଇଁ ନିରନ୍ତର ଉନ୍ନତି ଗୁରୁତ୍ୱପୂର୍ଣ୍ଣ ହୋଇଥିବା ବେଳେ ଏହି ସମ୍ମାନଗୁଡ଼ିକ ଆମ କର୍ମଚାରୀମାନଙ୍କ କଠିନ ପରିଶ୍ରମ ଓ ଉତ୍ସର୍ଗୀକୃତ ମନୋଭାବର ପ୍ରମାଣ। ଆଗାମୀ କ୍ୱାଲିଟି କନ୍‌ସେପ୍ଟର ଜାତୀୟ ସମ୍ମିଳନୀରେ ଆମର ଦକ୍ଷତା ପ୍ରଦର୍ଶନ କରିବାକୁ ଆମେ ଚାହଁିରହିଛୁ। ଉନ୍ନତି ଜାରି ରଖିବା ସହ ପ୍ରଭାବଶାଳୀ ଓ ଭରସାଯୋଗ୍ୟ ବିଦ୍ୟୁତ୍‌ ବଣ୍ଟନର ଲକ୍ଷ୍ୟ ପ୍ରତି ଟିପିସିଓଡିଏଲ୍‌ ସଂକଳ୍ପବଦ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri