ଟିପିସିଓଡିଏଲ୍‌ ପକ୍ଷରୁ ଲାଇନମ୍ୟାନ୍‌ ଦିବସ

ଭୁବନେଶ୍ୱର,୧୧ା୩: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିକଟରେ ଲାଇନମ୍ୟାନ୍‌ ଦିବସ ପାଳିତ ହୋଇଯାଇଛି। ବିଶେଷକରି ଲାଇନମ୍ୟାନ୍‌ମାନଙ୍କ ଗୁରୁତ୍ୱ ଏବଂ ସେମାନଙ୍କ କଠିନ ପରିଶ୍ରମକୁ ସ୍ବୀକୃତି ପ୍ରଦାନ କରିବା ଏବଂ ପ୍ରଶଂସା କରିବା ଲାଗି ଟିପିସିଓଡିଏଲ୍‌ର ସମସ୍ତ କାର୍ଯ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି କମ୍ପାନୀର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ସର୍କଲ୍‌ କାର୍ଯ୍ୟାଳୟ ଓ ୨୦ ଡିଭିଜନାଲ କାର୍ଯ୍ୟ କ୍ଷେତ୍ରରେ (ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ପ୍ଲାଟ୍‌ଫର୍ମରେ) ଏହାର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମଗୁଡ଼ିକରେ ୧୫,୦୦୦ରୁ ଅଧିକ କର୍ମଚାରୀଙ୍କ ସମେତ ବ୍ୟବସାୟ ସହଯୋଗୀମାନେ ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷର ଶ୍ରେଷ୍ଠ ଲାଇନମ୍ୟାନ୍‌ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଟିପିସିଓଡିଏଲ୍‌ର ସିଇଓ ଏମ୍‌.ସେନ୍‌ବାଗମ କହିଛନ୍ତି, ପ୍ରତିକୂଳ ପରିସ୍ଥିତି ଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲାଇନମ୍ୟାନ୍‌ମାନଙ୍କର କାର୍ଯ୍ୟ ବେଶ୍‌ ଆହ୍ବାନପୂର୍ଣ୍ଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ

ବ୍ରସେଲ୍ସ,୧୭।୮: ବେଲଜିୟମ୍‌ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍‌ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri