ରଥଯାତ୍ରାରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ ସହ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ ଦିଆଯାଇଛି। ଏପରିକି ୧୬୯ଏମ୍‌ଭିଏ କ୍ଷମତା ସହ ପୁରୀ ରଥଯାତ୍ରା ସମୟରେ ଆବଶ୍ୟକ ଥିବା ୭୩ ମେଗାୱାଟର ବିଦ୍ୟୁତ୍‌ ଆବଶ୍ୟକତାକୁ ପୂରଣ କରିବା ପାଇଁ କମ୍ପାନୀ ପ୍ରସ୍ତୁତ ହୋଇଛି। ପୁରୀ ସହରରେ ଉନ୍ନତ ଲୋଡ୍‌ ପରିଚାଳନା ସୁନିଶ୍ଚିତ କରିବା ପାଇଁ ୪ଟି ପିଟିଆର୍‌କୁ ୮ଏମ୍‌ଭିଏରୁ ୧୨.୫/୧୬ ଏମ୍‌ଭିଏକୁ ବୃଦ୍ଧି କରାଯାଇଛି। ଏହି ସମୟ ମଧ୍ୟରେ ନିରବଚ୍ଛିନ୍ନ ଏବଂ ଗୁଣାତ୍ମକ ବିଦ୍ୟୁତ୍‌ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଟିପିସିଓଡିଏଲ୍‌ କର୍ମଚାରୀ, ବିଜ୍‌ନେସ୍‌ ଆସୋସିଏଟ୍ସ, ଟିପିସିଓଡିଏଲ୍‌ ଏବଂ ଓଇଏମ୍‌ର ସୁଇଚ ଗିଅର ବିଶେଷଜ୍ଞଙ୍କୁ ଅନ୍ତର୍ଭୁକ୍ତ କରି ଟିପିସିଓଡିଏଲ୍‌ ୮୦୦ କର୍ମଚାରୀଙ୍କୁ ନିୟୋଜିତ କରିଛି। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ପୁରୀର ରଥଯାତ୍ରା କାର୍ଯ୍ୟକ୍ରମ ପ୍ରତି ଆମର ସମର୍ପଣ ଅତୁଟ ରହିଛି। ଏପରିକି ଆମେ ଆମର ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ମାନବ ସମ୍ବଳର ଠିକ୍‌ ବ୍ୟବହାରକରି ନିରବଚ୍ଛିନ୍ନ ବିଜୁଳି ଯୋଗାଣ ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ରହିଛୁ। ବିଶେଷକରି ସମସ୍ତଙ୍କ ପାଇଁ ସୁରକ୍ଷିତ ଓ ଆନନ୍ଦଦାୟକ ରଥଯାତ୍ରା ଅନୁଭୂତି ସୁନିଶ୍ଚିତ କରିବା ସହ ସେବା କ୍ଷେତ୍ରରେ ଉକତ୍ର୍ଷ ହାସଲ କରିବା ପାଇଁ ଟିପିସିଓଡିଏଲ୍‌ ପ୍ରତିଶ୍ରୁତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?