ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ରାଜ୍ୟର ପ୍ରଥମ ବିଦ୍ୟୁତ୍‌ ବିତରଣ କମ୍ପାନୀ ଭାବେ ଏକ ମାଇଲଖୁଣ୍ଟ ହାସଲ କରିଛି ା ଏହି ସଫଳତା ଏହାର ଲାଇସେନ୍ସପ୍ରାପ୍ତ ଅଞ୍ଚଳରେ ରୁଫ୍‌ଟପ୍‌ ସୋଲାରର ବୃଦ୍ଧି ପାଉଥିବା ବ୍ୟବହାରକୁ ଦର୍ଶାଉଛି ଏବଂ ଡିଷ୍ଟ୍ରିବ୍ୟୁଟେଡ୍‌ ରିନ୍ୟୁଏବଲ୍‌ ଏନର୍ଜିର ପ୍ରସାର ପାଇଁ ଟିପିସିଓଡିଏଲ୍‌ର ପ୍ରତିବଦ୍ଧତାକୁ ଆହୁରି ମଜଭୁତ କରୁଛି
ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି ା ଖୋର୍ଦ୍ଧାରେ ୧୩,୩୫୮ ଟି ରୁଫ୍‌ଟପ୍‌ ସୋଲାର ସ୍ଥାପନ ହୋଇଥିବା ବେଳେ କଟକରେ ୧୨,୧୬୫ ଟି ସ୍ଥାପନ କରି ରେକର୍ଡ କରାଯାଇଛି ା
ଟିପିସିଓଡିଏଲ୍‌ର ନିରନ୍ତର ଉପଭୋକ୍ତା ସଚେତନତା କାର୍ଯ୍ୟକ୍ରମ ଯେପରିକି ‘ମୋ ଛାତ, ମୋ ସଞ୍ଚୟ’ ଅଭିଯାନ, ସୂର୍ଯ୍ୟଘର ଗ୍ରାମସଭା ଏବଂ ବିଭିନ୍ନ ଜିଲାରେ ଚାଲିଥିବା ‘ସୋଲାର ରଥ’ ଅଭିଯାନ ଯୋଗୁ ରୁଫ୍‌ଟପ୍‌ ସୋଲାର ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରାଯାଇଥିବା ଯୋଗୁ ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ଅଧିକରୁ ଅଧିକ ଭାଗୀଦାରିକୁ ଉତ୍ସାହିତ କରୁଛି ା ପିଏମ୍‌ ସୂର୍ଯ୍ୟଘର ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର ସ୍ଥାପନର ମାଇଲଖୁଣ୍ଟ ଅତିକ୍ରମ କରିବା ଟିପିସିଓଡିଏଲ୍‌ ଏବଂ ରାଜ୍ୟର ସ୍ବଚ୍ଛ ଶକ୍ତି ମିଶନ ପାଇଁ ଏକ ଗୌରବପୂର୍ଣ୍ଣ ସଫଳତା ହାସଲ କରିଛି ବୋଲି ସିଇଓ ଗଜାନନ ଏସ୍‌. କାଲେ କହିଛନ୍ତି ା

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri