୧୪ରେ ଟିପିସିଓଡିଏଲ୍‌ର ଲୋକ ଅଦାଲତ

ଭୁବନେଶ୍ୱର୧୧ା୩(ଅନୁରାଧା ମହାରଣା): ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ବିଦ୍ୟୁତ୍‌ର ଅନଧିକୃତ ବ୍ୟବହାର ଏବଂ ବିଦ୍ୟୁତ୍‌ ଚୋରି ସମ୍ବନ୍ଧୀୟ ମାମଲାଗୁଡ଼ିକର ତ୍ୱରିତ ସମାଧାନ ପାଇଁ ମାର୍ଚ୍ଚ ୧୪ରେ ଏହାର ସମସ୍ତ ସେବା ଯୋଗାଣ ଅଞ୍ଚଳରେ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଏବଂ ସମାଧାନ ଶିବିର ଅନୁଷ୍ଠିତ ହେବ। ଜାତୀୟ ଆଇନ ସେବା ପ୍ରାଧିକରଣ (ନାଲ୍‌ସା)ର ରୂପରେଖ ଅଧୀନରେ ବିବାଦର ସମାଧାନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ଲୋକ ଅଦାଲତ ପୂର୍ବାହ୍ନ ୯ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ଉପଭୋକ୍ତାମାନଙ୍କୁ ବିଚାରାଧୀନ ମାମଲାଗୁଡ଼ିକର ସମାଧାନ ପାଇଁ ପୂରା ଦିନ ତକତ୍ାଳ ସହାୟତା ପ୍ରଦାନ କରାଯିବ। ୨୦୨୬ର ଏହା ପ୍ରଥମ ଲୋକ ଅଦାଲତ ହୋଇଥିବାରୁ ଭବିଷ୍ୟତର ଆଇନଗତ କିମ୍ବା ଆର୍ଥତ୍କ ଜଟିଳତାରୁ ବଞ୍ଚିବା ଏବଂ ଏକ ସ୍ବଚ୍ଛ ତଥା ସମୟବଦ୍ଧ ପ୍ରକ୍ରିୟା ମାଧ୍ୟମରେ ସେମାନଙ୍କର ବିଦ୍ୟୁତ ବ୍ୟବହାରକୁ ନିୟମିତ କରିବା ପାଇଁ ଏହି ପ୍ଲାଟ୍‌ଫର୍ମର ଉପଯୋଗ କରିବାକୁ ଟିପିସିଓଡିଏଲ୍‌ ଉପଭୋକ୍ତାମାନଙ୍କୁ ଅନୁରୋଧ କରିଛି। ପ୍ରତ୍ୟେକ ଡିଭିଜନ, ସବ୍‌-ଡିଭିଜନ ଏବଂ ସେକ୍ସନ କାର୍ଯ୍ୟାଳୟରେ ଏନ୍‌ଫୋର୍ସମେଣ୍ଟ ଅଧିକାରୀ, ଆଇନଜୀବୀ ଏବଂ ପ୍ରଶିକ୍ଷିତ ସହାୟକ କର୍ମଚାରୀଙ୍କୁ ନେଇ ସ୍ବତନ୍ତ୍ର ଟିମ୍‌ ନିୟୋଜିତ କରାଯିବ। ଏହି ଟିମ୍‌ ଉପଭୋକ୍ତାମାନଙ୍କୁ ଯୋଗ୍ୟ ମାମଲା ଶ୍ରେଣୀ, ଆବଶ୍ୟକ ଦଲିଲ ଏବଂ ସମାଧାନ ପ୍ରକ୍ରିୟା ସମ୍ପର୍କରେ ମାର୍ଗଦର୍ଶନ କରିବେ। ଟିପିସିଓଡିଏଲ୍‌ ପକ୍ଷରୁ ଜିଲାସ୍ତରୀୟ ବ୍ୟବସ୍ଥା, ଯୋଗ୍ୟତା ବିବରଣୀ ଏବଂ ପର୍ଯ୍ୟାୟକ୍ରମେ ସମାଧାନ ପାଇଁ ମାର୍ଗଦର୍ଶିକା ସମସ୍ତ ଡିଭିଜନ, ସବ୍‌-ଡିଭିଜନ ଏବଂ ସେକ୍ସନ କାର୍ଯ୍ୟାଳୟରେ ଉପଲବ୍ଧ କରାଯାଇଛି। ଉପଭୋକ୍ତାମାନେ କାର୍ଯ୍ୟକ୍ରମ ପୂର୍ବରୁ କୌଣସି ସ୍ପଷ୍ଟୀକରଣ ପାଇଁ ସେମାନଙ୍କର ନିକଟସ୍ଥ ଗ୍ରାହକ ସେବା କେନ୍ଦ୍ର ଏବଂ ଫ୍ୟୁଜ୍‌ କଲ୍‌ ସେଣ୍ଟର (ଏଫ୍‌ସିସି) ସହିତ ଯୋଗାଯୋଗ କରିପାରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?