ଟିପିସିଓଡିଏଲ୍‌ର ବ୍ୟାପକ ଗଣ ଅଭିଯାନ

ଭୁବନେଶ୍ୱର,୭।୮: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ(ଟିପିସିଓଡିଏଲ୍‌)ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ ତଥା ବ୍ୟାପକ ଗଣ ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଭରସାଯୋଗ୍ୟ ଏବଂ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ କମ୍ପାନୀ ପକ୍ଷରୁ ବ୍ୟାପକ ପଦକ୍ଷେପ ସହ ଭିତ୍ତିଭୂମିକୁ ସୁଦୃଢ଼ କରିବା ଆଦିରେ ଉଲ୍ଲେଖନୀୟ ନିବେଶ କରାଯାଇଛି। ଏପରିକି କମ୍ପାନୀ ବ୍ୟାପକ ଭିତ୍ତିଭୂମିର ବିକାଶ, ପ୍ରଯୁକ୍ତି ଉନ୍ନତୀକରଣ ଓ ଉନ୍ନତ ଗ୍ରାହକ ସେବା ଭଳି ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ସହ ଆଗକୁ ବଢ଼ୁଛି, ଏତେ ସବୁ ଉଦ୍ୟମ ସତ୍ତ୍ୱେ ଅନୈତିକ ବିଦ୍ୟୁତ ଚୋରି ଯୋଗୁ କମ୍ପାନିକୁ ବିପୁଳ କ୍ଷତି ସହିବାକୁ ପଡ଼ୁଛି।

ସେହିଭଳି ନିଷ୍ଠାବାନ ଗ୍ରାହକଙ୍କ ସ୍ବାର୍ଥକୁ ସୁରକ୍ଷା ଦେବା ଏବଂ ବେଆଇନ ହୁକ ପକାଇବା ଘଟଣାକୁ ରୋକିବା ଲାଗି ଟିପିସିଓଡିଏଲ୍‌ ପକ୍ଷରୁ ବ୍ୟାପକ ଗଣ ଅଭିଯାନ କାର୍ଯ୍ୟକାରୀ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ ଦ୍ୱାରା ବେଆଇନ ସଂଯୋଗକୁ ବିଚ୍ଛିନ୍ନ କରାଯିବା ସହିତ ଯେଉଁମାନେ ଯଥାର୍ଥତା ସହ ପେମେଣ୍ଟ କରୁଛନ୍ତି, ସେମାନଙ୍କ ପାଖକୁ ବିଦ୍ୟୁତ ପହଞ୍ଚାଯାଉଛି। ଅପରପକ୍ଷରେ ବ୍ୟାପକ ମିଟର ଯାଞ୍ଚ, ଓୟାରିଂର ଅନୁଶୀଳନ ଏବଂ ଭୁଲ କାମ କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଭଳି ପଦକ୍ଷେପ ନିଆଯାଉଛି।

ଉପରୋକ୍ତ କାର୍ଯ୍ୟକ୍ରମଗୁଡିକ ଜରିଆରେ ଟିପିସିଓଡିଏଲ୍‌ ଚୋରିକୁ ହ୍ରାସ କରିଥିବା ବେଳେ ହାରାହାରି ବୈଷୟିକ ଓ ବାଣିଜି୍ୟକ (ଏଟିଆଣ୍ଡ୍‌ସି) କ୍ଷତିକୁ କମ୍‌ କରିପାରିଛି, ଫଳରେ ନିଷ୍ଠାବାନ ଗ୍ରାହକଙ୍କ ଉପରୁ ଆର୍ଥିକ ବୋଝ ହାଲୁକା କରାଯାଇପାରିଛି। ଏଭଳି ଘଟଣା ବିଷୟରେ ହ୍ବାଟସ୍‌ଆପ୍‌ (୯୪୩୭୧୫୮୬୭୦), ଇମେଲ୍‌ କିମ୍ବା ଟିପିସିଓଡିଏଲ୍‌ର ମିତ୍ର ଆପ୍‌ ଜରିଆରେ ସୂଚନା ପ୍ରଦାନ କରି ହେବ। ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri