ଭୁବନେଶ୍ୱର,୧୮।୧୨(ଅଭୟ ଦାଶ): ଟି ପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଗୁଣବତ୍ତା ମାସ-୨୦୨୪’ ନିକଟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘କ୍ୱାଲିଟି: ଫ୍ରମ୍ କମ୍ପ୍ଲାଏନ୍ସ ଟୁ ପରଫରମାନ୍ସ’ ରହିଥିଲା। ଏପରିକି ମାସେ ବ୍ୟାପୀ ଚାଲିଥିବା ଏହି ଅଭିଯାନରେ ପ୍ରକ୍ରିୟା ଉକତ୍ର୍ଷ, ନିରନ୍ତର ଉନ୍ନତି, ଉନ୍ନତ କର୍ମକ୍ଷେତ୍ର ପରିଚାଳନା ଓ ଦକ୍ଷତା ଗଠନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି କ୍ଷେତ୍ରରେ ପ୍ରମୁଖ ସଫଳତାଗୁଡ଼ିକ ମଧ୍ୟରେ ଦୈନିକ ପରିଚାଳନା ପାଇଁ ଟିକ୍ୟୁଏମ୍ ୱାର୍କବୁକ୍ର ଶୁଭାରମ୍ଭ, କ୍ୱାଲିଟି ସର୍କଲ ଗଠନ, ୫ଏସ୍ ମଡେଲ ଲୋକେଶନ (ସ୍ଥାନ) ଚିହ୍ନଟ ଓ ବାର୍ଷିକ କ୍ୟୁସିସି ଓ ପ୍ରୟାସ ପ୍ରତିଯୋଗିତାରେ ୭୨ପ୍ରୟାସ ଓ ୧୪କ୍ୟୁସିସି ଟିମ୍ ଅଂଶଗ୍ରହଣ କରିଥିଲେ। ଭୁବନେଶ୍ୱରରେ ମ୍ୟାନେଜମଣ୍ଟ ଡେଭଲପେମଣ୍ଟ ସେଣ୍ଟରର ଉଦ୍ଯାପନୀ ସମାରୋହ ନିକଟରେ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସିଇଓ ତଥା ଟିକ୍ୟୁଏମ୍ କୋର୍ କମିଟିର ଅଧ୍ୟକ୍ଷ ଅରଭିନ୍ଦ ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମ ଗୁଣବତ୍ତା ମାସ ଅଭିଯାନର ବିଜେତାମାନଙ୍କୁ ସମ୍ମାନିତ କରାଯିବା ସହ ଟିପିସିଓଡିଏଲ୍ର ଗୁଣବତ୍ତା ଯାତ୍ରାରେ ଅଂଶଗ୍ରହଣକାରୀଙ୍କୁ ସ୍ବୀକୃତି ପ୍ରଦାନ କରାଯାଇଥିଲା।
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
Archives

