ଟିପିସିଓଡିଏଲ୍‌ର ‘କାମ୍‌’ ପ୍ରୋଗ୍ରାମ ଉଦ୍‌ଯାପିତ

ଭୁବନେଶ୍ୱର,୩୦।୪: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଷ୍ଟମର ଆଓ୍ବାରନେସ୍‌ ମନ୍ଥସ (କାମ୍‌) ପ୍ରୋଗ୍ରାମ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଯାପିତ ହୋଇଯାଇଛି। ଏପରିକି ଦୀର୍ଘ ୧ ମାସ ବ୍ୟାପୀ ଆୟୋଜିତ ହୋଇଥିବା ଟିପିସିଓଡିଏଲ୍‌ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ‘ଆପଣଙ୍କ ମିତ୍ର, ଆପଣଙ୍କ ସାଥୀରେ’ର ସଫଳତାର ସହ ଉଦ୍‌ଯାପିତ ହୋଇଯାଇିଛି। ଟିପିସିଓଡିଏଲ୍‌ ପକ୍ଷରୁ ବିଧାୟକମାନଙ୍କ ଲାଗି ଏକ ସୌଜନ୍ୟମୂଳକ ପରିଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର, କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ପ୍ରମୁଖ ଅଂଶ ଗ୍ରହଣକରି ଟିପିସିଓଡିଏଲ୍‌ର ପ୍ରଯୁକ୍ତିକୁ ବୁଝିବା ଏବଂ ପ୍ରକ୍ରିୟା ଓ ପରିଚାଳନାର ପ୍ରଥମ ଅନୁଭୂତି ହାସଲ କରିବା ଲାଗି ଡିସ୍‌କମ୍‌ର କେନ୍ଦ୍ରୀୟ ବିଦ୍ୟୁତ୍‌ ବ୍ୟବସ୍ଥା ନିୟନ୍ତ୍ରଣ କେନ୍ଦ୍ର (ପିଏସ୍‌ସିସି), ଗ୍ରାହକ ସେବା କେନ୍ଦ୍ର ଓ ୨୪ ଘଣ୍ଟିଆ କଲ୍‌ ସେଣ୍ଟର ଆଦି ପରିଦର୍ଶନ କରିଥିଲେ।
ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଏମ୍‌.ସେନ୍‌ବାଗମ୍‌ କହିଛନ୍ତି, ଭରସାଯୋଗ୍ୟ ବିଦ୍ୟୁତ୍‌ ଯୋଗାଣ ଓ ସୁବିଧାଜନକ ଗ୍ରାହକ ଅନୁଭୂତି ସହିତ ଗ୍ରାହକଙ୍କୁ ଶ୍ରେଷ୍ଠ ସେବା ପ୍ରଦାନ କରିବା ହେଉଛି ଆମର ମୂଳ ପ୍ରାଥମିକତା। ସେ ଦିଗରେ ଆମେ ବିଭିନ୍ନ ପ୍ରକାର ଅଭିଯାନ ଆରମ୍ଭ କରିଛୁ ଏବଂ ତାହାର ସମ୍ପୂର୍ଣ୍ଣ ଲାଭ ଉଠାଇବା ଲାଗି ଗ୍ରାହକମାନେ ସେଗୁଡ଼ିକ ବିଷୟରେ ସଚେତନ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସାମଗ୍ରିକ ଗ୍ରାହକ ସେବା ଅନୁଭୂତିରେ ଉନ୍ନତି ଆଣିବା ଓ ଆମ ଗ୍ରାହକଙ୍କୁ ଶ୍ରେଷ୍ଠ ସେବା ପ୍ରଦାନ କରିବା ଲାଗି ଆମର ରହିଥିବା ଲକ୍ଷ୍ୟ ଦିଗରେ ଏହା ଏକ ସକାରାତ୍ମକ ପଦକ୍ଷେପ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri