ଟିପିସିଓଡିଏଲ୍‌ର ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଡିସ୍‌ପେନ୍‌ସାରି

ଭୁବନେଶ୍ୱର,୬।୯: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ସ୍ବତନ୍ତ୍ର ସ୍ବାସ୍ଥ୍ୟ ପ୍ରକଳ୍ପ ‘ଆରୋଗ୍ୟ’ ଅଧୀନରେ ୨ଟି ଅତ୍ୟାଧୁନିକ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଡିସ୍‌ପେନ୍‌ସାରିକୁ ନିକଟରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଡିସ୍‌ପେନ୍‌ସାରିକୁ ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଟିପିସିଓଡିଏଲ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷ କରି ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପ୍ରଦାନ କରିବା ଲାଗି ଏହି ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଡିସ୍‌ପେନ୍‌ସାରି ଭୁବନେଶ୍ୱର ସର୍କଲ୍‌-୨ ଏବଂ ପାରାଦୀପ ସର୍କଲରେ ଉକ୍ତ ଡିସ୍‌ପେନ୍‌ସାରିକୁ ମୁତୟନ କରାଯାଇଛି। ଭୁବନେଶ୍ୱର ସର୍କଲ-୨ରେ ମୁତୟନ କରାଯାଇଥିବା ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ଡିସ୍‌ପେନ୍‌ସାରି ନୟାଗଡ଼, ଖୋର୍ଦ୍ଧା ଓ ବାଲୁଗାଁ ଡିଭିଜନରେ ସେବା ପ୍ରଦାନ କରିବ। ସେହିଭଳି ପାରାଦୀପ ସର୍କଲରେ ମୁତୟନ କରାଯାଇଥିବା ଭ୍ରାମ୍ୟମାଣ ଡିସ୍‌ପେନ୍‌ସାରି ପାରାଦୀପ, କେନ୍ଦ୍ରାପଡ଼ା ଓ ମାର୍ଶାଘାଇ ଡିଭିଜନରେ ଆବଶ୍ୟକ ସ୍ବାସ୍ଥ୍ୟସେବା ପ୍ରଦାନ କରିବ। ବିଶେଷକରି ଡାକ୍ତର, ନର୍ସ ଓ ଫାର୍ମାସିଷ୍ଟଙ୍କ ଭଳି ଅଭିଜ୍ଞ ମେଡିକାଲ ପେସାଦାରମାନେ ଆବଶ୍ୟକ ସେବା ଯୋଗାଇବା ସହ ଲୋକମାନଙ୍କୁ ମାଗଣାରେ ପରାମର୍ଶ ଓ ଔଷଧ ପ୍ରଦାନ କରୁଛନ୍ତି। ଏପରିକି ଉକ୍ତ ଭ୍ରାମ୍ୟମାଣ ଡିସ୍‌ପେନ୍‌ସାରିକୁ ଏଭଳି ଭାବେ ପ୍ରସ୍ତୁତ କରାଯାଇଛି, ଯାହା ଦ୍ୱାରା ରୋଗୀଙ୍କୁ ଆବଶ୍ୟକ ସେବା ବ୍ୟତୀତ ସ୍ବାସ୍ଥ୍ୟସେବା ପରାମର୍ଶ, ସ୍ବଚ୍ଛତା ଓ ସଚେତନତା କାର୍ଯ୍ୟକ୍ରମ ଏବଂ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ସହଯୋଗରେ ଗୁରୁତ୍ୱର ମାମଲାଗୁଡ଼ିକ ପାଇଁ ସ୍ବତନ୍ତ୍ର ଆମ୍ବୁଲାନ୍ସ ସେବା ପ୍ରଦାନ କରୁଛି। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ କହିଛନ୍ତି, ଏକ ସମୃଦ୍ଧ ସମୁଦାୟର ମୂଳଦୁଆ ପାଇଁ ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ପହଞ୍ଚିବା ଜରୁରୀ ବୋଲି ଆମର ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri