ଟିପିସିଓଡିଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୭ା୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂତନ ଅଭିଯାନ ‘ସମୃଦ୍ଧି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ୍‌ ସୋସିଆଲ ରେସ୍‌ପନ୍ସବିଲିଟି (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଜରିଆରେ ଏହି ଅଭିଯାନର ଆରମ୍ଭ ହୋଇଛି। ଏହା ଜରିଆରେ କମ୍ପାନୀ ଗ୍ରାମୀଣ ଅଞ୍ଚଳର ବିକାଶ ପ୍ରତି ପ୍ରତିବଦ୍ଧତା ବଜାୟ ରଖିଛି।

ଅପରପକ୍ଷରେ ସମୃଦ୍ଧି ହେଉଛି,ପାଣ୍ଟିସ୍‌ ସେଣ୍ଟର ଫର୍‌ ଜଷ୍ଟ ଟ୍ରାଞ୍ଜିସନ, ନିଟ୍‌କନ୍‌ ସୋସିଆଲ ଫାଉଣ୍ଡେଶନ ଓ ଜିଆଇଜେଡ୍‌-ଜର୍ମାନୀର ଏକ ମିଳିତ ପ୍ରୟାସ। ଏପରିକି ଗ୍ରାମୀଣ ସମୁଦାୟରେ ଦୀର୍ଘସ୍ଥାୟୀ ଅର୍ଥନୈତିକ ବିକାଶର ଲକ୍ଷ୍ୟ ନେଇ ଟିପିସିଓଡିଏଲ୍‌ ପକ୍ଷରୁ ସମୃଦ୍ଧି ଅଭିଯାନ ଅଧୀନରେ ୨୦ଜଣ କମ୍ୟୁନିଟି ରିସୋର୍ସ ପର୍ସନ (ସିଆର୍‌ପି)ଙ୍କୁ ଜାତୀୟ ମତ୍ସ୍ୟ ବିକାଶ ବୋର୍ଡ (ଏନ୍‌ଏଫ୍‌ଡିବି) ଓ କେନ୍ଦ୍ରୀୟ ମଧୁରଜଳ ମତ୍ସ୍ୟ ପାଳନ ଗବେଷଣା ସଂସ୍ଥା ଭୁବନେଶ୍ୱରକୁ ପରିଦର୍ଶନରେ ନିଆଯାଇଥିଲା।

ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଥିଲେ,ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ପାଇଁ ଟିପିସିଓଡିଏଲ୍‌ ପ୍ରତିବଦ୍ଧ ରହିଛି। ଏପରିକି ‘ସମୃଦ୍ଧି’ ଅଭିଯାନ ଜରିଆରେ ଗ୍ରାମୀଣ ଚାଷୀମାନଙ୍କୁ ଆଧୁନିକ ମତ୍ସ୍ୟଚାଷ ପଦ୍ଧତି ବିଷୟରେ ମୂଲ୍ୟବାନ୍‌ ସମ୍ବଳ ଓ ତାଲିମ ପ୍ରଦାନ କରି ସେମାନଙ୍କ ଜୀବନଜୀବିକାରେ ଉନ୍ନତି ଆଣିବାକୁ ଆମେ ଲକ୍ଷ୍ୟ ରଖିଛୁ। ଏହି ଏକ୍ସପୋଜର ଭିଜିଟ୍‌ ତୃଣମୂଳ ସ୍ତରରେ ଅର୍ଥନୈତିକ ବିକାଶ ଓ ସଶକ୍ତୀକରଣ ପାଇଁ ଥିବା ଆମସମର୍ପଣ ଭାବକୁ ଦର୍ଶାଉଛି।

ଉଲ୍ଲେଖଯୋଗ୍ୟ, ‘ସମୃଦ୍ଧି’ ଅଭିଯାନର ହିତାଧିକାରୀମାନେ ମୁଖ୍ୟତଃ ହେଉଛନ୍ତି ନୟାଗଡ଼ ଜିଲାର ଖଣ୍ଡପଡ଼ା ଅଞ୍ଚଳର ମତ୍ସ୍ୟଚାଷୀ, ଯେଉଁମାନେ ଏହି ଏକ୍ସପୋଜର ଭିଜିଟ୍‌ରୁ ପାଇଥିବା ଜ୍ଞାନ ଓ ଅଭ୍ୟାସ ଦ୍ୱାରା ବ୍ୟାପକ ଭାବେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri