ଟିପିସିଓଡିଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୨୮।୨: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିସିଓଡିଏଲ)ର ନୂତନ ଅଭିଯାନ ‘ଆଭାଶକ୍ତି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ମହିଳା ସଶକ୍ତୀକରଣ ଉପରେ କମ୍ପାନୀ ସର୍ବଦା ଦୃଢ଼ ଗୁରୁତ୍ୱାରୋପ କରିଥାଏ। ସମାଜର ରୂପାନ୍ତରଣରେ ମହିଳାମାନେ ନିର୍ବାହ କରୁଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ବୀକୃତି ଦେଇ, ସେମାନଙ୍କୁ ବିଭିନ୍ନ ବିଷୟଭିତିକ ଗତିବିଧିରେ ଯୋଡ଼ି, ମହିଳାଙ୍କ ଜୀବନରେ ଉନ୍ନତି ଆଣିବାକୁ ଟିପିସିଓଡିଏଲ୍‌ ପ୍ରତିବଦ୍ଧ ରହିଛି। ସେହିଭଳି ଟିପିସିଓଡିଏଲ୍‌ର ମୂଳ ଉଦ୍ଦେଶ୍ୟ ଅନୁଯାୟୀ ମହିଳାମାନଙ୍କୁ ଅର୍ଥନୈତିକ ଓ ସାମାଜିକସ୍ତରରେ ସଶକ୍ତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଛି। ଏଭଳି ଏକ ପଦକ୍ଷେପ ହେଉଛି ବିଲିଂ ଓ କଲେକ୍ସନ କାର୍ଯ୍ୟ ପାଇଁ ‘ଆଭା ଶକ୍ତି’ ନାମରେ ପରିଚିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ନିୟୋଜିତ କରିବା। ସେହିପରି ଆଭା ଶକ୍ତି ସଦସ୍ୟଙ୍କ ଉଲ୍ଲେଖନୀୟ ଅବଦାନକୁ ସମ୍ମାନ ଜଣାଇ, ଟିପିସିଓଡିଏଲ୍‌ ପକ୍ଷରୁ ଅନୁଗୁଳ,ନୟାଗଡ଼ ଓ ବାଲୁଗାଁ ବିଦ୍ୟୁତ ଡିଭିଜନରେ ବାର୍ଷିକ ଆଭା ଶକ୍ତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଡିଭିଜନର ୫୨୫ରୁ ଅଧିକ ଆଭାଶକ୍ତି ସଦସ୍ୟ ଅଂଶଗ୍ରହଣ କରିଥିଲେ ଏବଂ ସେଠାରେ ଶ୍ରେଷ୍ଠ ପ୍ରଦର୍ଶନକାରୀଙ୍କୁ ସେମାନଙ୍କ ନିଷ୍ଠା ଏବଂ ପରିଶ୍ରମ ପାଇଁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?