ଟିପିସିଓଡିଏଲ୍‌ର ସ୍ବତନ୍ତ୍ର ସ୍କିମ୍‌

ଭୁବନେଶ୍ୱର,୨୭।୨: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କିମ୍‌ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ବିଦ୍ୟୁତ୍‌ ଚୋରି ଅଭିଯୋଗରେ ଯେଉଁମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି, ସେମାନଙ୍କ ପାଇଁ ଚୋରି ମୂଲ୍ୟାଙ୍କନ ଦେୟର ଫଇସଲା କରିବା ଲାଗି ଟିପିସିଓଡିଏଲ୍‌ ପକ୍ଷରୁ ଏଭଳି ଏକ ଯୋଜନା ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର ସ୍କିମ୍‌ ଜରିଆରେ କମ୍ପାନୀ ପକ୍ଷରୁ ବିଦ୍ୟୁତ୍‌ ବିଲ୍‌ ଉପରେ ସ୍ବାଭାବିକତାଠାରୁ ଅଧିକ ରିହାତି ପ୍ରଦାନ କରାଯାଉଛି। ଯାହା ଚଳିତ ବର୍ଷ ଫେବୃୟାରୀ ଓ ମାର୍ଚ୍ଚ ପାଇଁ ବୈଧ ରହିବ। ମୂଲ୍ୟାଙ୍କନ ହୋଇଥିବା ଖିଲାପକାରୀମାନଙ୍କୁ ନିକଟସ୍ଥ ବିଦ୍ୟୁତ୍‌ ସବ୍‌-ଡିଭିଜନ ଅଫିସକୁ ଯିବାକୁ ପଡ଼ିବ ଏବଂ ସେମାନଙ୍କ ବକେୟା ଦେୟକୁ ନିୟମିତ କରିବାକୁ ପଡ଼ିବ। ଯଦି ଏହି ଗ୍ରାହକମାନେ ଚୋରି ଜନିତ ଜରିମାନା ଦେବେ ନାହିଁ ଓ ନୂଆ ସଂଯୋଗ ପାଇଁ ଆଇନଗତ ପନ୍ଥା ଗ୍ରହଣ କରିବେ ନାହିଁ ତେବେ ଭାରତୀୟ ବିଦ୍ୟୁତ୍‌ ନିୟମ ୨୦୦୩ର ଧାରା ୧୩୫ରେ ଟିପିସିଓଡିଏଲ୍‌ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ ହେବ।

ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଏମ୍‌.ସେନ୍‌ବାଗମ କହିଛନ୍ତି, ଏକ ଦାୟିତ୍ୱବାନ ବିଦ୍ୟୁତ୍‌ ୟୁଟିଲିଟି ଭାବେ ଆମ ଗ୍ରାହମାନଙ୍କ ଉପରେ ବିଦ୍ୟୁତ୍‌ ଚୋରି ଜନିତ ଖର୍ଚର ବୋଝ ଯେଭଳି ନପଡ଼ିବ ତାହା ନିଶ୍ଚିତ କରିବା ହେଉଛି ଆମର ଦାୟିତ୍ୱ। ଏହି ସ୍ବତନ୍ତ୍ର ସ୍କିମ୍‌ ଜରିଆରେ ବକେୟା ଦେୟକୁ ନିୟମିତ କରିବା ଏବଂ ଏକ ନୂଆ ସଂଯୋଗ ନେବାର ସୁଯୋଗ ପ୍ରଦାନ କରୁଛି। ସେହିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ଲାଗି ଟିପିସିଓଡିଏଲ୍‌ ପ୍ରତିବଦ୍ଧ ରହିଛି, ଏପରିକି ବିଦ୍ୟୁତ୍‌ ଚୋରିକୁ ହ୍ରାସ କରିବା ଏବଂ ଗୁଣାତ୍ମକ ଓ ଭରସାଯୋଗ୍ୟ ବିଦ୍ୟୁତ୍‌ ଯୋଗାଣରେ ଉନ୍ନତି ଆଣିବା ଲାଗି ସବୁ ପ୍ରକାର ଉଦ୍ୟମ କରୁଛି ବୋଲି ସେନ୍‌ବାଗମ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri