ବିଜିଆଇଟିଆଇ ସହ ଟିପିଏସ୍‌ଓଡିଏଲ୍‌ର ବୁଝାମଣା

ଭୁବନେଶ୍ୱର, ୩୧।୧୨: ଟିପି ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଏସ୍‌ଓଡିଏଲ୍‌) ଏବଂ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଟାନ (ବିଜିଆଇଟିଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରୁ ପ୍ରଶିକ୍ଷଣ ସହ ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଲାଭ କରିଥିବା ଉତ୍ସାହୀ ଯୁବଗୋଷ୍ଠୀ (ଛାତ୍ରୀଛାତ୍ର)ଙ୍କୁ ଟିପିଏସ୍‌ଓଡିଏଲ୍‌ ସୁଯୋଗ ପ୍ରଦାନ କରିବ ବୋଲି କୁହାଯାଇଛି। ସେହିଭଳି କାର୍ଯ୍ୟକ୍ଷେତ୍ରରେ ସୁରକ୍ଷିତ ଏବଂ ଅଭିଜ୍ଞ (ସ୍କିଲ୍‌ ଡେଭେଲପମେଣ୍ଟ) ଛାତ୍ରୀଛାତ୍ରମାନେ ସେମାନଙ୍କର ଶିକ୍ଷା ସମାପ୍ତ ପରେ ଆବଶ୍ୟକ ଟ୍ରେନିଂ ସୁବିଧା ପାଇପାରିବେ। ଫଳରେ ଛାତ୍ରୀଛାତ୍ରମାନେ ଉଭୟ ଥିଓରି ଏବଂ ପ୍ରାକ୍ଟିକାଲ ବିଷୟର ଜ୍ଞାନକୁ ଅଧିକ ମାତ୍ରାରେ ବଢାଇପାରିବେ ବୋଲି ଉକ୍ତ ବୁଝାମଣାରେ ଉଲ୍ଲେଖ କରାଯାଇଛି। ଅପରପକ୍ଷରେ ଟିପିଏସ୍‌ଓଡିଏଲ୍‌ ଏବଂ ହିଞ୍ଜିଳିକାଟୁ ଶିଳ୍ପ ତାଲିମ ଅନୁଷ୍ଠାନ ବା ଆଇଟିଆଇ ହିଞ୍ଜିଳିକାଟୁ ମଧ୍ୟରେ ମଧ୍ୟ ସମାନ ବୁଝାମଣା ହୋଇଛି। ଏହି ପରିପ୍ରେକ୍ଷୀରେ ଟିପିଏସ୍‌ଓଡିଏଲ୍‌ର କର୍ପୋରେଟ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଟିପିଏସ୍‌ଓଡିଏଲ୍‌ର ସିଇଓ ଅମିତ କୁମାର ଗର୍ଗଙ୍କ ସମେତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ବ୍ରହ୍ମପୁରର ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ଏବଂ ଶିଳ୍ପ ତାଲିମ ଅନୁଷ୍ଠାନ ହିଞ୍ଜିଳିକାଟୁର ଅଧ୍ୟକ୍ଷ ଇଂ. ରାଜେଶ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri