କମାଲ କରୁଛି ଟ୍ରାକିଂ କ୍ୟାମେରା : ଯିଏ ପଶୁଛି ସେ ଫସୁଛି

ନୀଳଗିରି,୨୭।୮(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଳଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଟ୍ରାପ କ୍ୟାମେରା । ଝରଣାଘାଟି ସେକ୍ସନ ଚେମଚଟା ବିଟ୍‌ କଙ୍କଡାବିଳ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଦୁଇଟି ଟ୍ରାପ କ୍ୟାମେରାରେ କୟଦ ହୋଇଥିବା ଚିତ୍ର ଅନୁଯାୟୀ ଗତ ଅଗଷ୍ଟ ୯ତାରିଖ ଭୋର ୫.୦୫ରେ ବାଲେଶ୍ୱର ଜିଲା ଔପଦା ଥାନା ଦରଖୋଳି ଅଞ୍ଚଳ ପିଣ୍ଡାବସା ଗ୍ରାମର ଦାମ ସମଦ(୨୩) ଏବଂ ଉକ୍ତ ଗ୍ରାମର ସୁଦର୍ଶନ ବିଶ୍ୱାଳ(୫୮) କୁଳଡିହା ରେଞ୍ଜରେ ପଶୁ ଶିକାର ଉଦ୍ଦେଶ୍ୟରେ ପଶିଥିଲେ। ବନବିଭାଗର ଋଟିନ ଚେକ ସମୟରେ ଘଟଣା ଜଣାପଡିବା ପରେ ସେମାନଙ୍କ ସନ୍ଧାନରେ ଥିଲା। ଗତ ଅଗଷ୍ଟ ୨୬ତାରିଖ ସକାଳ ୬.୧୫ ସମୟରେ କୁଲଡ଼ିହା ବନବିଭାଗ ଏବଂ ସୋର ବନବିଭାଗର କର୍ମଚାରୀ ଉଭୟ ଶିକାରୀଙ୍କୁ ତାଙ୍କ ଘରୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ଗୋଟିଏ ଗୁଳିଭର୍ତ୍ତି ଦେଶୀବନ୍ଧୁକ, କାଣ୍ଡ, ଧନୁତୀର, କୁରାଢି, କତା, ହରିଣ ଶିଙ୍ଗ, ଛୁରୀ , ଫାଶ ସମେତ ଅନ୍ୟାନ୍ୟ ମାରଣାସ୍ତ୍ର ଜବତକରି ବନ୍ୟଜନ୍ତୁ ସୁରକ୍ଷା ଆଇନ ଅନୁଯାୟୀ କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ଚାଲିଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri