ବାଘ ଟ୍ରାକିଂ ପାଇଁ ଚାଲିଛି ତନାଘନା

କେନ୍ଦୁଝର,୪ା୨(ସ୍ବ.ପ୍ର.): ପାଟଣା ରେଞ୍ଜ ଅନ୍ତର୍ଗତ ଜଙ୍ଗଲ ପରିବେଷ୍ଟିତ ରୋହିଣୀଦୁମା ଗ୍ରାମରେ ଅନନ୍ତ ମାଝି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ବାଘ ଆକ୍ରମଣରେ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏହି ସମୟରେ ବନ ବିଭାଗ ବାଘକୁ ଠାବ କରିବାକୁ ପଦକ୍ଷେପ ନେଇଛି। ଏହା ବାଘ ଆକ୍ରମଣରେ ମୃତ୍ୟୁ ନା ହତ୍ୟା ତାହା ସଠିକ୍‌ ଜଣାପଡ଼ି ନ ଥିଲେ ହେଁ ବନ ବିଭାଗ ଓ ପୋଲିସ ବିଭାଗର ଭିନ୍ନ ମତ ମଧ୍ୟରେ ଗ୍ରାମବାସୀ ଆଶଙ୍କାରେ ରହିଛନ୍ତି। ଏହି ଘଟଣାରେ ବନ ବିଭାଗ ଜଙ୍ଗଲ ବିଲେଇ (ବାଘ)ର ପାଦଚିହ୍ନ ଠାବ କରିଥିଲେ ହେଁ ପ୍ରକୃତ ପକ୍ଷେ କି ପ୍ରକାରର ବାଘ ଓ ଏହାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ବିଭିନ୍ନ ସ୍ଥାନରେ ସିସିଟିଭି ଲଗାଇବା ଆରମ୍ଭ କରିଛି। ଏନେଇ ଡିଏଫ୍‌ଓ କେନ୍ଦୁଝର ଏଚ୍‌.ଡି.ଧନରାଜ କହିଛନ୍ତି, ନ୍ୟାଶନାଲ ଟାଇଗର କଞ୍ଜରଭେସନ ଅଥରିଟିଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ, ବାଘର ସ୍ଥିତି ଅନୁଧ୍ୟାନ କରାଯାଉଛି। ଏଥିପାଇଁ ୩ ଦିନ ମଧ୍ୟରେ ୪୮ଟି ସ୍ଥାନରେ ସିସିଟିଭି ଲଗାଯାଇ ନିୟମିତ ଅନୁଧ୍ୟାନ କରାଯିବ। ୧.୪ ବର୍ଗ କିମିରେ ଗୋଟିଏ ଲେଖାଏ ସିସିଟିଭି କ୍ୟାମେରା ଲଗାଯିବ। ଏଭଳି ୨୫ ଦିନ ଧରି ବୈଜ୍ଞାନିକ ପଦ୍ଧତିରେ ଅନୁଧ୍ୟାନ ପରେ ସଠିକ୍‌ ତଥ୍ୟ ମିଳିପାରିବ। ତେବେ ଏହି ବାଘ ଆକ୍ରମଣ ଘଟଣାକୁ ବନ ବିଭାଗ ଅସ୍ବୀକାର କରୁଛି।

ଅନ୍ୟପକ୍ଷରେ ପାରିପାର୍ଶ୍ୱିକ ଅବସ୍ଥା ତଥା ପ୍ରାଥମିକ ତଦନ୍ତରୁ ବାଘ କାମୁଡ଼ା ମୃତ୍ୟୁ ହୋଇଥିବା ଘଟଗାଁ ଏସ୍‌ଡିପିଓ କହିଛନ୍ତି। ତେବେ ପରିବାର ଲୋକଙ୍କ ଏତଲାକୁ ଭିତ୍ତିକରି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ବ୍ୟବଚ୍ଛେଦ କରାଯାଇଥିବା କହିଛନ୍ତି। ଅନ୍ୟପକ୍ଷରେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସବୁ ଜଣାପଡ଼ିବ। ଏହି ଘଟଣା ପରେ ସ୍ଥାନୀୟ ଲୋକ ଭୟଭୀତ ହୋଇ ବନ ବିଭାଗକୁ ସୁରକ୍ଷା ମାଗିବା ସହ ମୃତ ପରିବାରକୁ କ୍ଷତିପୂରଣ ଦେବା ଦାବିରେ ଶୁକ୍ରବାର ଘେରାଉ କରିଥିଲେ। ବାଘ ଦ୍ୱାରା ମୃତ୍ୟୁ ହୋଇଥିବ ପ୍ରମାଣ ମିଳିଲେ ସରକାରୀ ନିୟମାନୁଯାୟୀ କ୍ଷତିପୂରଣ ଦିଆଯିବ ବୋଲି ପାଟଣା ରେଞ୍ଜ ଅଧିକାରୀ ଗ୍ରାମବାସୀଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?