Posted inଜାତୀୟ

ମର୍ସିଡିଜରେ ଧକ୍କା ହେବା ପରେ ଦୁଇଖଣ୍ଡ ହୋଇଗଲା ଟ୍ରାକ୍ଟର

ତିରୁପତି,୨୭ ।୯: ଆନ୍ଧ୍ର ପ୍ରଦେଶର ତିରୁପତିରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି । ଏଠାରେ ଏକ ମର୍ସିଡିଜ କାର ଏକ ଟ୍ରାକ୍ଟର ସହ ଧକ୍କା ହେବା ପରେ ଟ୍ରାକ୍ଟରଟି ଦୁଇ ଖଣ୍ଡ ହୋଇଯାଇଛି । ତେବେ ମର୍ସିଡିଜରେ ଥିବା ସମସ୍ତ ଯାତ୍ରୀଙ୍କୁ ସାମାନ୍ୟ ଆଘାତ ଲାଗିଛି । ଘଟଣାଟି ସୋମବାର ଘଟିଛି । ଦୁର୍ଘଟଣା ତିରୁପତି ନିକଟ ଚନ୍ଦ୍ରଗିରି ବାଇପାସ ରୋଡରେ ହୋଇଛି । ଏଠାରେ ଏକ ମର୍ସିଡିଜ କାର ସାମ୍ନାକୁ ଓଲଟା ରାସ୍ତାରେ ଆସୁଥିବା ଏକ ଟ୍ରାକ୍ଟର ଚାଲି ଆସିଥିଲା ଫଳରେ ଦ୍ରୁତ ଗତିରେ ଥିବା ମର୍ସିଡିଜ ସହ ଟ୍ରାକ୍ଟରଟି ଖୁବ ଜୋରରେ ଧକ୍କା ହୋଇଥିଲା ଓ ଦେଖୁଦେଖୁ ଟ୍ରାକ୍ଟରଟି ଦୁଇଖଣ୍ଡ ହୋଇଯାଇଥିଲା । ଆଶ୍ଚର୍ଯ୍ୟର କଥା ଦୁର୍ଘଟଣାରେ ବିଶେଷ କିଛି କ୍ଷତି ହୋଇ ନ ଥିବା ବେଳେ ଟ୍ରାକ୍ଟର ଚାଳକ ବି ସାମାନ୍ୟ ଆହତ ହୋଇଥିବା କୁହାଯାଉଛି ।
ସୂଚନାଯୋଗ୍ୟ, ନିକଟରେ ଉଦ୍ଦ୍ୟୋଗପତି ସାଇରସ ମିସ୍ତ୍ରୀଙ୍କର ମର୍ସିଡିଜ କାର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ଏହି କାରକୁ ନେଇ ପ୍ରଶ୍ନ ଉଠିଥିଲା । କାରଣ ସାଇରସ ମିସ୍ତ୍ରୀ ଯେଉଁ ମର୍ସିଡିଜରେ ଯାତ୍ରା କରୁଥିଲେ ତାହା ସବୁଠାରୁ ଅଧିକ ସୁରକ୍ଷିତ ବୋଲି କୁହାଯାଉଥିଲା । ୧୯୫୦ ସିସିର ଇଞ୍ଜିନ ଥିବା ଏହି କାରରେ ୭ଟି ଏୟାରବ୍ୟାଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri