Posted inଜାତୀୟ

ମର୍ସିଡିଜରେ ଧକ୍କା ହେବା ପରେ ଦୁଇଖଣ୍ଡ ହୋଇଗଲା ଟ୍ରାକ୍ଟର

ତିରୁପତି,୨୭ ।୯: ଆନ୍ଧ୍ର ପ୍ରଦେଶର ତିରୁପତିରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି । ଏଠାରେ ଏକ ମର୍ସିଡିଜ କାର ଏକ ଟ୍ରାକ୍ଟର ସହ ଧକ୍କା ହେବା ପରେ ଟ୍ରାକ୍ଟରଟି ଦୁଇ ଖଣ୍ଡ ହୋଇଯାଇଛି । ତେବେ ମର୍ସିଡିଜରେ ଥିବା ସମସ୍ତ ଯାତ୍ରୀଙ୍କୁ ସାମାନ୍ୟ ଆଘାତ ଲାଗିଛି । ଘଟଣାଟି ସୋମବାର ଘଟିଛି । ଦୁର୍ଘଟଣା ତିରୁପତି ନିକଟ ଚନ୍ଦ୍ରଗିରି ବାଇପାସ ରୋଡରେ ହୋଇଛି । ଏଠାରେ ଏକ ମର୍ସିଡିଜ କାର ସାମ୍ନାକୁ ଓଲଟା ରାସ୍ତାରେ ଆସୁଥିବା ଏକ ଟ୍ରାକ୍ଟର ଚାଲି ଆସିଥିଲା ଫଳରେ ଦ୍ରୁତ ଗତିରେ ଥିବା ମର୍ସିଡିଜ ସହ ଟ୍ରାକ୍ଟରଟି ଖୁବ ଜୋରରେ ଧକ୍କା ହୋଇଥିଲା ଓ ଦେଖୁଦେଖୁ ଟ୍ରାକ୍ଟରଟି ଦୁଇଖଣ୍ଡ ହୋଇଯାଇଥିଲା । ଆଶ୍ଚର୍ଯ୍ୟର କଥା ଦୁର୍ଘଟଣାରେ ବିଶେଷ କିଛି କ୍ଷତି ହୋଇ ନ ଥିବା ବେଳେ ଟ୍ରାକ୍ଟର ଚାଳକ ବି ସାମାନ୍ୟ ଆହତ ହୋଇଥିବା କୁହାଯାଉଛି ।
ସୂଚନାଯୋଗ୍ୟ, ନିକଟରେ ଉଦ୍ଦ୍ୟୋଗପତି ସାଇରସ ମିସ୍ତ୍ରୀଙ୍କର ମର୍ସିଡିଜ କାର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ଏହି କାରକୁ ନେଇ ପ୍ରଶ୍ନ ଉଠିଥିଲା । କାରଣ ସାଇରସ ମିସ୍ତ୍ରୀ ଯେଉଁ ମର୍ସିଡିଜରେ ଯାତ୍ରା କରୁଥିଲେ ତାହା ସବୁଠାରୁ ଅଧିକ ସୁରକ୍ଷିତ ବୋଲି କୁହାଯାଉଥିଲା । ୧୯୫୦ ସିସିର ଇଞ୍ଜିନ ଥିବା ଏହି କାରରେ ୭ଟି ଏୟାରବ୍ୟାଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri