ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬ ରେ ଉତ୍ତେଜନା ସୃଷ୍ଟି ହେବା ସହ ଲୋକେ ରାସ୍ତା ଅବରୋଧ କରିଛନ୍ତି।

ମୃତ ଛାତ୍ରୀ ହେଉଛନ୍ତି ଭଣ୍ଡାରିପୋଖରୀ କଲେଜର +୨ ଛାତ୍ରୀ ଶ୍ରଦ୍ଧାଞ୍ଜଳି ପଣ୍ଡା। ଶ୍ରଦ୍ଧାଞ୍ଜଳି ସାଇକେଲରେ କଲେଜ୍‌ ଯାଉଥିବା ବେଳେ ବାଲି ବୋଝେଇ ଟ୍ରାକ୍ଟର ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଧକ୍କା ପରେ ଟ୍ରାକ୍ଟର ଚକା ତଳେ ଶ୍ରଦ୍ଧାଞ୍ଜଳି କିଛି ଦୂର ଯାଏଁ ଘୋଷାଡ଼ି ହୋଇ ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ଅନୁଯାୟୀ, ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରଟି ବେଆଇନ ଭାବେ ବାଲି ପରିବହନ କରୁଥିଲା। ଘଟଣା ପରେ ଶ୍ରଦ୍ଧାଞ୍ଜଳିଙ୍କ ସହପାଠୀ ଓ ସ୍ଥାନୀୟ ଶତାଧିକ ଲୋକେ ଉତ୍ୟକ୍ତ ହୋଇ ଘଟଣାସ୍ଥଳରେ ଜାତୀୟ ରାଜପଥ-୧୬କୁ ଅବରୋଧ କରିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହି ଟ୍ରାଫିକ୍‌ ସମସ୍ୟା ଉପୁଜିଥିଲା।

ବିକ୍ଷୋଭକାରୀମାନେ ଟ୍ରାକ୍ଟର ଡ୍ରାଇଭରର ତୁରନ୍ତ ଗିରଫଦାରୀ ଓ ଅଞ୍ଚଳରେ ଦ୍ରୁତ ଗତିରେ ଗାଡ଼ି ଚଳାଚଳ ଉପରେ କଡ଼ା ପଦକ୍ଷେପ ନେବାକୁ ଦାବି କରିଛନ୍ତି। ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri