ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬ ରେ ଉତ୍ତେଜନା ସୃଷ୍ଟି ହେବା ସହ ଲୋକେ ରାସ୍ତା ଅବରୋଧ କରିଛନ୍ତି।

ମୃତ ଛାତ୍ରୀ ହେଉଛନ୍ତି ଭଣ୍ଡାରିପୋଖରୀ କଲେଜର +୨ ଛାତ୍ରୀ ଶ୍ରଦ୍ଧାଞ୍ଜଳି ପଣ୍ଡା। ଶ୍ରଦ୍ଧାଞ୍ଜଳି ସାଇକେଲରେ କଲେଜ୍‌ ଯାଉଥିବା ବେଳେ ବାଲି ବୋଝେଇ ଟ୍ରାକ୍ଟର ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଧକ୍କା ପରେ ଟ୍ରାକ୍ଟର ଚକା ତଳେ ଶ୍ରଦ୍ଧାଞ୍ଜଳି କିଛି ଦୂର ଯାଏଁ ଘୋଷାଡ଼ି ହୋଇ ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ଅନୁଯାୟୀ, ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରଟି ବେଆଇନ ଭାବେ ବାଲି ପରିବହନ କରୁଥିଲା। ଘଟଣା ପରେ ଶ୍ରଦ୍ଧାଞ୍ଜଳିଙ୍କ ସହପାଠୀ ଓ ସ୍ଥାନୀୟ ଶତାଧିକ ଲୋକେ ଉତ୍ୟକ୍ତ ହୋଇ ଘଟଣାସ୍ଥଳରେ ଜାତୀୟ ରାଜପଥ-୧୬କୁ ଅବରୋଧ କରିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହି ଟ୍ରାଫିକ୍‌ ସମସ୍ୟା ଉପୁଜିଥିଲା।

ବିକ୍ଷୋଭକାରୀମାନେ ଟ୍ରାକ୍ଟର ଡ୍ରାଇଭରର ତୁରନ୍ତ ଗିରଫଦାରୀ ଓ ଅଞ୍ଚଳରେ ଦ୍ରୁତ ଗତିରେ ଗାଡ଼ି ଚଳାଚଳ ଉପରେ କଡ଼ା ପଦକ୍ଷେପ ନେବାକୁ ଦାବି କରିଛନ୍ତି। ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri