ଟ୍ରାକ୍ଟର ଓଲଟି ୪ ମୃତ, ୪ ଗୁରୁତର

ଚିତ୍ରକୋଣ୍ଡା,୪।୫(ଡି.ଏନ୍‌.ଏ): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଫଳରେ ବଡପଦର ଗ୍ରାମ ଶୋକାକୁଳ ହୋଇପଡିଛି । ପାପରମେଟେଲା ଥାନା ଅଧିକାରୀ ମାନସ ରଞ୍ଜନ ସ୍ବାଇଁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ବ୍ଲକ ବଡପଦର ପଞ୍ଚାୟତ ସ୍ଥାନୀୟ ପଡପଦର ଗାଁର ପ୍ରାୟ ୧୫ ଜଣ ଏକ ଟ୍ରାକ୍ଟର ଯୋଗେ ସ୍ବାଭିମାନ ଅଞ୍ଚଳ ଗାଜୁଲୁମାମୁଡି ପଞ୍ଚାୟତ ତଣ୍ଟାଗୁଡ଼ା ଗାଁକୁ ଏକ ଭୋଜି କାର୍ଯ୍ୟକ୍ରମରେ ବନ୍ଧୁ ଘରକୁ ଯାଇଥିଲେ l ଭୋଜି କାର୍ଯ୍ୟକ୍ରମ ସାରି ସାରେ ଫେରିବା ବାଟରେ ବଡ଼ପୁଟ ଘାଟି ପାଖରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ସମସ୍ତେ ଗୁରୁତର ହୋଇ ପଡ଼ିଥିଲେ l ସ୍ଥାନୀୟ ଲୋକେ ଖବର ପାଇ ସଙ୍ଗେ ସଙ୍ଗେ ଆହତଙ୍କୁ ଯାନବାଇ ମେଡିକାଲକୁ ନେଇଥିଲେ। ହେଲେ ସେଠାରେ ୪ଜଣ ଗୁରୁତର ହୋଇଥିବାବେଳେ ୩ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ଅନ୍ୟ ୮ଜଣ ଆହତଙ୍କୁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା l ଗୁରୁତରମାନଙ୍କୁ ମଧ୍ୟରୁ ଗୁରୁବାର ସକାଳେ ଜଣେ ଛୋଟ ପିଲାକୁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ମୃତ ଘୋଷଣା କରିଛନ୍ତି। ଏହି ଘଟଣାରେ ମୃତ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ ଏବଂ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ମୃତକଙ୍କ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଛନ୍ତି। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ଆବଶ୍ୟକୀୟ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ପାପରମେଟେଲା ଥାନାରେ ଏକ ମାମଲା ରୁଜୁ ହେବା ସହ ୪ ମୃତଦେହ ବ୍ୟବଚ୍ଛେଦ କରି ପରିବାରଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri