ଟ୍ରାକ୍ଟର ଓଲଟି ୪ ମୃତ, ୪ ଗୁରୁତର

ଚିତ୍ରକୋଣ୍ଡା,୪।୫(ଡି.ଏନ୍‌.ଏ): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଫଳରେ ବଡପଦର ଗ୍ରାମ ଶୋକାକୁଳ ହୋଇପଡିଛି । ପାପରମେଟେଲା ଥାନା ଅଧିକାରୀ ମାନସ ରଞ୍ଜନ ସ୍ବାଇଁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ବ୍ଲକ ବଡପଦର ପଞ୍ଚାୟତ ସ୍ଥାନୀୟ ପଡପଦର ଗାଁର ପ୍ରାୟ ୧୫ ଜଣ ଏକ ଟ୍ରାକ୍ଟର ଯୋଗେ ସ୍ବାଭିମାନ ଅଞ୍ଚଳ ଗାଜୁଲୁମାମୁଡି ପଞ୍ଚାୟତ ତଣ୍ଟାଗୁଡ଼ା ଗାଁକୁ ଏକ ଭୋଜି କାର୍ଯ୍ୟକ୍ରମରେ ବନ୍ଧୁ ଘରକୁ ଯାଇଥିଲେ l ଭୋଜି କାର୍ଯ୍ୟକ୍ରମ ସାରି ସାରେ ଫେରିବା ବାଟରେ ବଡ଼ପୁଟ ଘାଟି ପାଖରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ସମସ୍ତେ ଗୁରୁତର ହୋଇ ପଡ଼ିଥିଲେ l ସ୍ଥାନୀୟ ଲୋକେ ଖବର ପାଇ ସଙ୍ଗେ ସଙ୍ଗେ ଆହତଙ୍କୁ ଯାନବାଇ ମେଡିକାଲକୁ ନେଇଥିଲେ। ହେଲେ ସେଠାରେ ୪ଜଣ ଗୁରୁତର ହୋଇଥିବାବେଳେ ୩ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ଅନ୍ୟ ୮ଜଣ ଆହତଙ୍କୁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା l ଗୁରୁତରମାନଙ୍କୁ ମଧ୍ୟରୁ ଗୁରୁବାର ସକାଳେ ଜଣେ ଛୋଟ ପିଲାକୁ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ମୃତ ଘୋଷଣା କରିଛନ୍ତି। ଏହି ଘଟଣାରେ ମୃତ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ ଏବଂ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ମୃତକଙ୍କ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଛନ୍ତି। ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ଆବଶ୍ୟକୀୟ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ପାପରମେଟେଲା ଥାନାରେ ଏକ ମାମଲା ରୁଜୁ ହେବା ସହ ୪ ମୃତଦେହ ବ୍ୟବଚ୍ଛେଦ କରି ପରିବାରଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?