ସିଙ୍ଗାରି ଘାଟିରେ ଓଲଟିଲା ଟ୍ରାକ୍ଟର

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର-କଳମପୁର ମୁଖ୍ୟ ରାସ୍ତା ସିଙ୍ଗାରି ଘାଟିରେ ରବିବାର ଏକ ଟ୍ରାକ୍ଟର ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଲମପୁର ଥାନା ଅଧୀନ ପଣ୍ଡିଗାଁ ଜୋର୍‌ପଡ଼ାର ସଞ୍ଜୀବ ମାଝୀ(୪୫)।

ମିଳିଥିବା ସୂଚନା ମୁତାବକ, ଏକ ଟ୍ରାକ୍ଟର(ଓଡ଼ି୦୮ଇ-୩୩୬୩) ବାଲି ବୋଝେଇ କରି ଅନ୍‌ଲୋଡ କରିବାକୁ ଯାଇଥିଲା। ଅନ୍‌ଲୋଡ ସାରି ଟ୍ରାକ୍ଟରଟି ଫେରୁଥିବା ବେଳେ ସିଙ୍ଗାରି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଗାଡ଼ି ଡ୍ରାଇଭର ଟ୍ରାକ୍ଟର ତଳେ ଚାପି ହୋଇଯାଇଥିଲେ।

ଘାଟିରେ ଯାତାୟାତ କରୁଥିବା ଲୋକେ ତାଙ୍କୁ ଉଦ୍ଧାର କରି ଥୁଆମୂଳ ରାମପୁର ପୋଲିସକୁ ଖବର ଦେଇଥିଲେ। ଖବର ପାଇଁ ପୋଲିସ ଏଏସ୍‌ଆଇ ପ୍ରହଲ୍ଲାଦ ପାଣିଗ୍ରାହୀଙ୍କ ସହ ଅନ୍ୟ ପୋଲିସ କର୍ମଚାରୀ ପହଞ୍ଚି ଡ୍ରାଇଭର ସଞ୍ଜୀବଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀସ୍ବ୍ୟ କେନ୍ଦ୍ରକୁ ପଠାଇ ଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତ କରାଯାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଦୁର୍ଘଟଣା ପରେ ସମ୍ପୃକ୍ତ ରାସ୍ତାରେ ଗାଡ଼ି ଚଳାଚଳ ବଧାପ୍ରାପ୍ତା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?