ଯାତ୍ରା ଦେଖି ଫେରିବାବେଳେ ଓଲଟିଲା ଟ୍ରାକ୍ଟର: ଜଣଙ୍କ ଜୀବନ ଗଲା, ଏକାଧିକ ଆହତ

ତୁମୁଡ଼ିବନ୍ଧ,୨୭ା୨(ଦୀପକ ପରାସେଠ): ସମସ୍ତ ଶୈବପୀଠରେ ଜାକଜକମରେ ଶିବରାତ୍ରି ପାଳନ ହେଉଥିବାବେଳେ ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତର ଅବସ୍ଥିତ ଶୈବପୀଠରେ ମଧ୍ୟ ପାଳନ ହୋଇଥିଲା ଶିବରାତ୍ରି ଏବଂ ରାତ୍ରିକାଳୀନ ଏକ ମନୋରଞ୍ଜନ କାର୍ଯ୍ୟକ୍ରମ। ଶିବଙ୍କୁ ଦର୍ଶନ ଏବଂ ରାତିରେ ଯାତ୍ରା ଦେଖା ସରିବା ପରେ ବେଲଘର ପଞ୍ଚାୟତର କୁସୁମୁଣ୍ଡା ଓ ଆଖପାଖ ଗ୍ରାମର ୧୫ରୁ ଊର୍ଦ୍ଧ୍ୱ ଶିଶୁ, ବୃଦ୍ଧାବୃଦ୍ଧ, ମହିଳା ପୁରୁଷ ଏକ ଟ୍ରାକ୍ଟରେ ଜାଗର ଯାତ୍ରା ଦେଖି ଯାଇଥିଲେ। ଫେରିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ମୃତକ ହେଲେ କରୁଣା ବିନ୍ଧାଣି (୩୨) ଶିକାକି ଗ୍ରାମର ବୋଲି ଜଣାପଡ଼ିଛି। ବର୍ତ୍ତମାନ ସମସ୍ତ ଆହତଙ୍କୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ଜାରି ରହିଛି।
ଖବର ପାଇ ଘଟଣାସ୍ଥଳରେ ବେଲଘର ଗ୍ରାମବାସୀ ଏବଂ ବେଲଘର ପୋଲିସ ପହଞ୍ଚି ଟ୍ରାକ୍ଟର ଏବଂ ମୃତଦେହକୁ ଜବତ କରିବା ସହ ଆହତଙ୍କୁ ବେଲଘର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆହତଙ୍କ ଅବସ୍ଥା ଗୁରୁତର ହେବାରୁ ତୁମୁଡିବନ୍ଧ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ଚିକିତ୍ସା ଚାଲୁରହିଛି। ଏଭଳି ଟ୍ରାକ୍ଟରରେ ବିପସଙ୍କୁଳ ଭାବେ ଯିବା ଆସିବା କରିବା ସମୟରେ ପୋଲିସ କାହିଁକି ବାରଣ କରୁନାହାନ୍ତି ବୋଲି ପ୍ରଶ୍ନ କରିଛନ୍ତି ଆଞ୍ଚଳବାସୀ।

ପ୍ରକାଶ ଥାଉକି, ଗତ ବର୍ଷ ଏହିଭଳି ଯାତ୍ରା ଦେଖି ଫେରୁଥିବା ସମୟରେ ମଧ୍ୟ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଏକାଧିକ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri