ଓଲଟିଲା ଧାନବୋଝେଇ ଟ୍ରାକ୍ଟର: ଜଣେ ଶ୍ରମିକ ମୃତ, ଜଣେ ଆହତ

ଛତ୍ରପୁର,୧୩ା୧(ଦିଲ୍ଲୀପ ସାମଲ): ଭାରସାମ୍ୟ ହରାଇ ଏକ ଧାନବୋଝେଇ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ଆହତ ଜଣଙ୍କ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଶ୍ରମିକ ଜଣକ ହେଲେ ସୁନ୍ଦରପୁର ଗ୍ରାମ ବାଲିସାହିର ରାମ ନାୟକ ଏବଂ ଆହତ ଶ୍ରମିକ ହେଲେ ବାଲିସାହିର ସାଗର ନାୟକ ବୋଲି ସୁନ୍ଦରପୁର ପଞ୍ଚାୟତର ସରପଞ୍ଚ ଗଗନ କୁମାର ବେହେରା ସୂଚନା ଦେଇଛନ୍ତି।

ମିଳିଥିବା ସୂଚନାନୁସାରେ, ସୁନ୍ଦରପୁର ଗ୍ରାମରୁ ଧାନ ବୋଝେଇ ହୋଇଥିବା ଏକ ଟ୍ରାକ୍ଟର କରାପଲ୍ଲୀ ମିଲ୍‌କୁ ଯାଉଥିବା ବେଳେ ବଳରାମପୁର ଓ କରାପଲ୍ଲୀ ମଝିରେ ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିପଡ଼ିଥିଲା। ଯାହାଫଳରେ ଟ୍ରାକ୍ଟରରେ ଥିବା ୨ ଜଣ ଶ୍ରମିକ ଟ୍ରାକ୍ଟର ତଳେ ଚାପି ହୋଇଯାଇଥିଲେ। ଏହି ଖବର ପାଇ ସରପଞ୍ଚ ଗଗନ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚି ଅଞ୍ଚଳବାସୀଙ୍କ ସହଯୋଗରେ ଜେସିବି ଯୋଗେ ଦୁଇ ଶ୍ରମିକଙ୍କୁ ଉଦ୍ଧାର କରି ଏକ ଅଟୋ ଯୋଗେ ବ୍ରହ୍ମପୁର ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ରାମ ନାୟକଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

ବିଜିଲି ବଗର୍ତ୍ତିଙ୍କ ଘରକୁ ନାହିଁ ବିଜୁଳି, ବରଗଡ଼ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲେ ପୂର୍ବତନ ବିଧାୟକ

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜମୁର୍ଡା ଟାଙ୍ଗରପଡା ନିବାସୀ ବିଜିଲି ବଗର୍ତ୍ତିଙ୍କ ଘରକୁ ବିଦ୍ୟୁତ୍ ସଂଯୋଗ ନାହିଁ। ଘର ମଧ୍ୟ ବିପଦ ଶଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri