ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରାକ୍ଟର, ତଳେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ

ରାୟଗଡା,୨୦।୫( ସୁଜାତା ପାଢ଼ୀ): ରାୟଗଡା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ମୁନିସିଂ ଛକ ନିଟରେ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ବିହାରର ହୋଇଥିବା ବେଳେ ତାଙ୍କ ପରିଚୟ ମିଳିପାରିନି। ବୁଧବାର ସକାଳେ ଜେକେପୁରରେ ଥିବା ଏକ ସୋରୁମରୁ ବ୍ୟକ୍ତି ଜଣକ ଟେଷ୍ଟଡ୍ରାଇଭ ପାଇଁ ଟ୍ରାକ୍ଟର ନେଇଥିଲେ। ହେଲେ ମୁନିସିଂ ନିକଟରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଡ୍ରାଇଭର ଜଣକ ଟ୍ରାକ୍ଟର ତଳେ ଚାପି ହୋଇଯାଇଥିଲେ। ଏନେଇ ସ୍ଥାନୀୟ ଲୋକେ ଚାନ୍ଦିଲି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲା। ପୋଲିସ ଏନେଇ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।

 

Odisha’s No.1 Odia Daily

Share