ଟ୍ରାକ୍ଟର ଓଲଟି ଚାଲିଗଲା ୩ ଶ୍ରମିକଙ୍କ ଜୀବନ, ୪ ଗୁରୁତର

ଗୁଣୁପୁର,୭।୨: ରାୟଗଡ଼ା ଜିଲା ଗୁଣୁପୁର ଗୁଲୁମୁଣ୍ଡାପାକା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଇଟା ବୋଝେଇ ଟ୍ରାକ୍ଟର ଓଲଟି ପଡି ୩ଜଣ ଶ୍ରମିକଙ୍କ ଦୁଃଖଦ ମୃତ୍ୟୁ ଘଟିଥିବା ବେଳେ ଗାଡ଼ି ଚାଳକଙ୍କ ସମେତ ୪ ଗୁରୁତର ଆହତ ହୋଇ ଗୁଣପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଏକ ଟ୍ରାକ୍ଟର ଇଟା ବୋଝେଇ କରି ଶ୍ରମିକଙ୍କୁ ଧରି ଅନ୍‌ଲୋଡ ପାଇଁ ଯାଉଥିଲା। ହେଲେ ଗୁଲୁମୁଣ୍ଡାପାକା ନିକଟ ମୁଖ୍ୟ ରାସ୍ତାରେ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଓଲଟି ପଡିଥିଲା। ଫଳରେ ଡ୍ରାଇଭରଙ୍କ ସହ ଶ୍ରମିକମାନେ ଟ୍ରାକ୍ଟର ତଳେ ଚାପି ହୋଇ ଯାଇଥିଲେ। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଘଟଣାସ୍ଥଳରେ ୩ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଗାଡି ଚାଳକଙ୍କ ସମେତ ୪ଜଣ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗୁଣପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅନ୍ୟପକ୍ଷେ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri