ଓଲଟିଲା ପୋଲ ବୋଝେଇ ଟ୍ରାକ୍ଟର: ଜଣେ ମୃତ, ୪ ଗୁରୁତର

କବିସୂର୍ଯ୍ୟନଗର,୧୨ା୧ କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଆଠଗଡ଼ ପାଟଣା ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଏକ ଇଲେକ୍ଟ୍ରି ପୋଲ ବୋଝେଇ ଟ୍ରାକ୍ଟର ଓଲଟି ପଡିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଟିକରପଡ଼ା ଅଞ୍ଚଳର ଶିବ ଦାସ। ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଟାଟା ପାୱାରର କିଛି ଇଲେକ୍ଟ୍ରି ଖୁଣ୍ଟ ଓ ୧୦ଜଣ ଶ୍ରମିକଙ୍କୁ ଧରି ଟ୍ରାକ୍ଟରଟି ଯାଉଥିଲା। ଆଠଗଡ଼ ପାଟଣା ନିକଟରେ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଥିଲା। ଟ୍ରାକ୍ଟରର ନମ୍ବର ବିହୀନ ଡାଲାରେ ବସି ଯାଉଥିବା ଶ୍ରମିକମାନଙ୍କ ମଧ୍ୟରୁ ୫ଜଣ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଶ୍ରମିକ ଶିବଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୪ ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି l ଅନ୍ୟ ୨ ଜଣ କୋଦଳାରେ ଚିକିତ୍ସାଧୀନ ଅଛନ୍ତି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡ଼ିନାହିଁ।

ଟ୍ରାକ୍ଟରଟି ଇଲେକ୍ଟ୍ରି ଖୁଣ୍ଟ ସହ ଏତେ ସଂଖ୍ୟକ ଶ୍ରମିକ ନେଇ ଯାଉଥିବାରୁ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଓଭର ଲୋଡ଼ିଂ କିମ୍ବା ଡ୍ରାଇଭରଙ୍କ ଅସାବଧାନତା ଦୁର୍ଘଟଣାର କାରଣ ହୋଇଥାଇପାରେ ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

ଟ୍ରାକ୍ଟର ଓଲଟି ପଡିଥିବା ଖବର ପାଇ ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ତୁରନ୍ତ ନେଇ କେଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅନ୍ୟପକ୍ଷରେ ମୃତ ଶ୍ରମିକ ଶିବଙ୍କ ପରିବାରକୁ କ୍ଷତିପୂରଣ ଦେବା ଓ ଅନ୍ୟ ଆହତମାନଙ୍କୁ ସମସ୍ତ ଚିକିତ୍ସା ସହିତ କ୍ଷତିପୂରଣ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

ଏନେଇ କବିସୂର୍ଯ୍ୟନଗର ପୋଲିସ ଏକ ମାମଲା(୧୮/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ରାସ୍ତାରେ ପଡିଥିବା ଇଲେକ୍ଟ୍ରି ଖୁଣ୍ଟି ହଟିବା ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri