ସିମନବାଡି ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ଦାରିଙ୍ଗବାଡି,୨୯।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ବଢୁଛି ଚୋରି। ସୋମବାର ବିଳମ୍ବିତ ରାତିରେ ସିମନବାଡିର ବ୍ୟବସାୟୀ ବିଭୁତିଭୂଷଣ ସାହୁଙ୍କ ଗୋଦାମରୁ ଏକାଧିକ ହଳଦୀ ବସ୍ତା ଚୋରିଯାଇଛି, ଯାହାର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ବିଭୁତି ଆଶଙ୍କା କରିଛନ୍ତି।

ପ୍ରକାଶ ଯେ, ବ୍ୟାଙ୍କ ପଡିଶାରେ ବିଭୁତି ଏକ ଘର ଭଡାସୁତ୍ରରେ ନେଇ ଗୋଦାମ କରିଛନ୍ତି। ସେ ପ୍ରତିଦିନ ଭଳି ନିଜ ରାସନ ଦୋକାନ ଓ ଗୋଦାମ ବନ୍ଦ କରି ରହୁଥିବା ଘରକୁ ଯାଇଥିଲେ ସକାଳୁ ଉଠି ଦୋକାନ ଖୋଲିଥିଲେ ଓ ଗୋଦାମକୁ ଯିବା ସମୟରେ ସେ ଦେଖିଲେ ତାଙ୍କ ଗୋଦାମର କବାଟକୁ ତାଡି ଦିଆଯାଇଛି। ସେ ଭିତରକୁ ଯାଇ ଦେଖିଲେ ଗୋଦାମରେ ହଳଦୀ ବସ୍ତା ଗୁଡିକ ନାହିଁ ସେ ଏନେଇ ଥାନା ରେ ଅଭିଯୋଗ କରିନାହାନ୍ତି କରିବେ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ସିମନବାଡି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇବା ସହ ରାତି ତମାମ ବିଭିନ୍ନ ସ୍ଥାନରେ ଜୁଆ ଆଡ୍ଡା ଚାଲୁଛି। ପଡୋଶୀ କିରିକୁଟି, ସିମନବାଡି ଆଦି ଅଞ୍ଚକରେ ଜୁଆ ଖେଳ ସହ ଚୋରା ଦେଶୀ ଓ ବିଦେଶୀ ମଦ କାରବାର ବୃଦ୍ଧି ପାଇଛି। ପୋଲିସର ପାଟ୍ରୋଲିଂ କରିବା ସହ ସିମନବାଡି ଅଞ୍ଚଳରେ ବିଗିଡିଯାଉଥିବା ଆଇନ ଶୃଙ୍ଖଳା ପରିସ୍ଥିତିର ସୁଦ୍ଧାର ଆଣିବାକୁ ଅଞ୍ଚଳବାସୀ ଜିଲା ପୋଲିସ ପ୍ରଶାସନ ଓ ସ୍ଥାନୀୟ ପୋଲିସକୁ ନିବେଦନ କରିଛନ୍ତି। ୨ ଦିନ ତଳେ ସିମନବାଡିର ଶୁକଦେବ ପ୍ରଧାନଙ୍କ ଟ୍ରାକ୍ଟରରୁ ବ୍ୟାଟେରୀ ଚୋରି ହୋଇଥିବାବେଳେ ଏହି ସପ୍ତାହର ଏହା ଦିତୀୟ ଘଟଣା ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?