୨୬ରେ ଶ୍ରମିକ ସଙ୍ଗଠନଗୁଡିକର ଧର୍ମଘଟ

ନୂଆଦିଲ୍ଲୀ: ଦେଶର ୧୦ ଶ୍ରମିକ ସଙ୍ଗଠନଗୁଡିକ ପକ୍ଷରୁ ଚଳିତ ମାସ ୨୬ରେ ଧର୍ମଘଟ ଡାକରା ଦିଆଯାଇଛି। ଏ ନେଇ ସଙ୍ଗଠନଗୁଡିକ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ସେହିଭଳି ଆସନ୍ତା ସପ୍ତାହରେ କୃଷକମାନେ ୨ ଦିନିଆ ଧର୍ମଘଟକୁ ଓହ୍ଲାଇବେ। ଏହି ଧର୍ମଘଟକୁ ମଧ୍ୟ ଶ୍ରମିକ ସଙ୍ଗଠନଗୁଡିକ ସମର୍ଥନ କରିବେ ବୋଲି ଜଣାପଡିଛି। ସୋମବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡିକ ମିଳିତ ପ୍ଲାଟଫର୍ମର ବୈଠକ ଭର୍ଚୁଆଲ ଭାବେ ଅନୁଷ୍ଠିତ ହୋଇଥିଲା। ଏହି ପ୍ଲାଟଫର୍ମରେ ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ଏଆଇୟୁଟିୟୁସି, ଟିୟୁସିସି, ସିଇଡ୍ଲ୍ୟୁଏ, ଏଆଇସିସିଟିୟୁ, ଏଲ୍‌ପିଏଫ୍‌, ୟୁଟିୟୁସି ଭଳି ସଂଘ ରହିଛନ୍ତି। କେନ୍ଦ୍ର ସରକାରଙ୍କ ଲୋକମାରଣ, ଶ୍ରମିକ ମାରଣ ଏବଂ ଜାତୀୟତା ବିରୋଧି ନୀତିକୁ ବିରୋଧ କରି ସଙ୍ଗଠନଗୁଡିକ ଏଭଳି ଧର୍ମଘଟକୁ ଓହ୍ଲାଉଥିବା କହିଛନ୍ତି। ଏଥିରେ ସମାଜର ବିଭିନ୍ନ ବର୍ଗର ଲୋକମାନେ ମଧ୍ୟ ସାମିଲ ହେବେ ବୋଲି ସଙ୍ଗଠନଗୁଡିକ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri