୧୫.୬ ଗ୍ରାମ୍‌ ବ୍ରାଉନସୁଗାର ସହ ଧରାପଡ଼ିଲେ ବେପାରୀ

ଭଦ୍ରକ,୧୨।୧(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ଗୁରୁବାର ପାଟ୍ରୋଲିଂ ବେଳେ ୧୫.୬ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି। ପାଟ୍ରୋଲିଂ କରିବା ବେଳେ ଭଦ୍ରକ ଚରମ୍ପା ମାଷ୍ଟର କଲୋନୀ ବଉଳପୋଖରୀ ଠାରେ ୨ ଯୁବକ ବୁଲୁଥିବାର ଦେଖି ପୋଲିସର ସନ୍ଦେହ ସୃଷ୍ଟି ହୋଇଥିଲା।

ପୋଲିସ ସେମାନଙ୍କୁ ତଲାସୀ ପରେ ବ୍ରାଉନସୁଗାର ବାହାରିବାରୁ ଗିରଫ କରି ଥାନାକୁ ନେଇଥିଲା। ଗିରଫ ଦୁଇଜଣ ହେଲେ ପୁରୁଣାବଜାର ଥାନା ଅଧୀନ ଛଡ଼କମହଲାର ସେକ୍‌ ଇଫତେଖାର ଓ ସମ୍ବଲପୁର ଜିଲା ଧନୁପାଲି ଥାନା ଅଧୀନ ସୁନାପାଲିର ମହମ୍ମଦ ଇମ୍ରାନ ବୋଲି ଏସ୍‌ଡିପିଓ ସୌରଭ ଓତା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଇଫତେଖାରଙ୍କଠାରୁ ୬.୩ ଗ୍ରାମ୍‌ ବ୍ରାଉନସୁଗାର ଓ ଇମ୍ରାନଙ୍କଠାରୁ ୯.୩ ଗ୍ରାମ୍‌ ବ୍ରାଉନସୁଗାର ସହ ଗୋଟିଏ ମୋବାଇଲ ଜବତ କରାଯାଇଛି। ଏନେଇ ମାମଲା (ନଂ.୧୮/୨୪) ରୁଜୁ କରାଯାଇ ଉଭୟଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ଖବରଦାତା ସମ୍ମିଳନୀରେ ଥାନା ଧିକାରୀ ଅମିତାଭ ଦାଶ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri