ବନବାସୀ ଚାଷୀଙ୍କୁ ଶୋଷଣ କରୁଛନ୍ତି ବେପାରୀ, ଉପଯୁକ୍ତ ଥଇଥାନ କରିବାକୁ ଦାବି

ବାଲିଗୁଡା ,୬।୨: (ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରଶାସନିକ ଅବହେଳା କାରଣରୁ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଦିବାସୀ ଅଧ୍ୟୁଷିତ ବନବାସୀମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ ଅସୁବିଧାର ସମ୍ମୁଖିନ ହେଉଥିବା ଜଣାପଡିଛି। ଆଦିବାସୀ ଅଧ୍ୟୁଷିତ ବାଲିଗୁଡା ବ୍ଲକର ବଣପାହାଡ଼ ଘେରା ତଥା ଦୁର୍ଗମ ଅଞ୍ଚଳରୁ ଅନେକ ବନବାସୀ ସେମାନଙ୍କ ଉତ୍ପାଦିତ ବା ସଂଗୃହିତ ବନଜାତ ଦ୍ରବ୍ୟ ଯଥା ଦାନ୍ତକାଠି, ପତ୍ର, ଫଳମୂଳ, ପନିପରିବା, ଔଷଧୀୟ ଜଡିବୁଟି ଆଦି ଆଣି ବାଲିଗୁଡା ସହରର ବିଭିନ୍ନ ସ୍ଥାନରେ ବସି ବିକ୍ରି କରିଥାନ୍ତି। ବିକ୍ରିବଟା କରିବା ପରେ ପଇସା ସହିତ ତେଲ ଲୁଣ, ଲୁଗାପଟା ଆଦି ନିତ୍ୟ ବ୍ୟବହାର ସାମଗ୍ରୀ କିଣି ଘରକୁ ଫେରନ୍ତି। କେହି କେହି ସପ୍ତାହରେ ଥରେ ଶନିବାର ସାପ୍ତାହିକ ହାଟ ଦିନରେ ଆସିଥାନ୍ତି ତ କେହି ୨/୩ ଦିନରେ ଥରେ ଆସିଥାନ୍ତି। କେହି ଏକୁଟିଆ ଆସିଥାନ୍ତି ତ କେହି ଦଳ ଦଳ ହୋଇ ଆସିଥାନ୍ତି। ଏଭଳି ସବୁ ଦିନିଆ ଘଟଣା ଦେଖିବାକୁ ମିଳିଥାଏ। ଏହି ବନବାସୀମାନେ ବିଶେଷ କରି ବସ, ଜିପ ତଥା ଅଟୋରେ ଭଡ଼ା ଦେଇ ଆସିଥାନ୍ତି। ପାହାଡ଼ିଆ ସାମଗ୍ରୀ ପ୍ରାକୃତିକ ପରିବେଶରେ ହେଉଥିବାରୁ ଏବଂ ବିନା ସାରରେ ହେଉଥିବାରୁ ଏହାର ଚାହିଦା ଅଧିକ ଥାଏ। ସକାଳ ହେଲେ ଅନେକ ଲୋକ ଅପେକ୍ଷା କରିଥାନ୍ତି । ଏହି ବନଜାତ ଦ୍ରବ୍ୟ କିଣି ଘରକୁ ନେଇଥାନ୍ତି। କିନ୍ତୁ ଅନେକ ସମୟରେ ବନବାସୀମାନେ ବେପାରୀଙ୍କ ଦ୍ୱାରା ଠକାମିର ଶିକାର ହୋଇଥାନ୍ତି। ଖାଉଟିମାନେ ମଧ୍ୟ ସେହି ସାମଗ୍ରୀକୁ ବେପାରୀଙ୍କ ଠାରୁ ଅଧିକ ଦାମରେ କିଣି କ୍ଷତିଗ୍ରସ୍ତ ହୋଇଥାନ୍ତି। ଏଣୁ ଅନେକ ସମୟରେ ବନବାସୀ-ବେପାରୀ ଏବଂ ଖାଉଟି-ବେପାରୀଙ୍କ ମଧ୍ୟରେ ବିବାଦ ଉପୁଜିଥାଏ। ଆଦିବାସୀଙ୍କୁ ବେପାରୀଙ୍କ ଶୋଷଣରୁ ମୁକ୍ତ କରିବା ପାଇଁ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଏହା ବୃଦ୍ଧି ପାଇବାରେ ଲାଗିଛି। ଏଣୁ ଏହାକୁ ରୋକିବା ସହ ଉପଯୁକ୍ତ ପଦକ୍ଷେପ ନେବାକୁ ବୁଦ୍ଧିଜୀବୀ ମହଲରୁ ପ୍ରଶାସନଠାରେ ଦାବି ହୋଇଛି। ବନବାସୀମାନେ ସହରରେ ବସି ସାମଗ୍ରୀ ବିକ୍ରି କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା, ବିଶ୍ରାମ ଓ ପାନୀୟ ଜଳ ସୁବିଧା କରିବା, ସେମାନେ ସାଙ୍ଗରେ ଧରି ଆସୁଥିବା ଛୋଟ ଛୋଟ ପିଲାଙ୍କ ପାଇଁ କ୍ରେଚ ବ୍ୟବସ୍ଥା କରାଯାଇପାରିଲେ ସେମାନେ ଉପକୃତ ହେବା ସହ ଶୋଷଣରୁ ମୁକ୍ତ ହୋଇ ପାରିବେ ବୋଲି ବିଭିନ୍ନ ମହଲରୁ ମତ ପ୍ରକାଶ ପାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri