ବନବାସୀଙ୍କୁ ଶୋଷଣ କରୁଛନ୍ତି ବେପାରୀ, ସମାଧାନ କରିବାକୁ ଦାବି

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରଶାସନିକ ଅବହେଳା କାରଣରୁ କେନ୍ଦୁଝର ଜିଲାର ବନବାସୀମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ ଅସୁବିଧାର ସମ୍ମୁଖିନ ହେଉଛନ୍ତି।
ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକର ବଣପାହାଡ଼ ଘେରା ତଥା ଦୁର୍ଗମ ଅଞ୍ଚଳରୁ ଅନେକ ବନବାସୀ ସେମାନଙ୍କ ଉପତ୍ାଦିତ ବା ସଂଗୃହିତ ବନଜାତ ଦ୍ରବ୍ୟ ଯଥା ଦାନ୍ତକାଠି, ପତ୍ର, ଫଳମୂଳ, ପନିପରିବା, ଔଷଧୀୟ ଜଡିବୁଟି ଆଦି ଆଣି କେନ୍ଦୁଝର ସହରର ବିଭିନ୍ନ ସ୍ଥାନରେ ବସି ବିକ୍ରି କରିଥାନ୍ତି।

ବିକ୍ରିବଟା କରିବା ପରେ ପଇସା ସହିତ ତେଲ ଲୁଣ, ଲୁଗାପଟା ଆଦି ସାମଗ୍ରୀ କିଣି ଘରକୁ ଫେରନ୍ତି। କେହି କେହି ସପ୍ତାହରେ ରବିବାର ଅର୍ଥାତ ସାପ୍ତାହିକ ହାଟ ଦିନରେ ଆସିଥାନ୍ତି ତ କେହି ୨/୩ ଦିନରେ ଥରେ ଆସିଥାନ୍ତି। କେହି ଏକୁଟିଆ ଆସିଥାନ୍ତି ତ କେହି ଦଳ ଦଳ ହୋଇ ଆସିଥାନ୍ତି। ଏଭଳି ସବୁଦିନିଆ ଘଟଣା ଦେଖିବାକୁ ମିଳିଥାଏ। ଏହି ବନବାସୀମାନେ ବିଶେଷ କରି ବସ୍‌, ଜିପ୍‌ ତଥା ଅଟୋରେ ଭଡ଼ା ଦେଇ ଆସିଥାନ୍ତି। ପାହାଡ଼ିଆ ସାମଗ୍ରୀ ପ୍ରାକୃତିକ ପରିବେଶରେ ହେଉଥିବାରୁ ଏବଂ ବିନା ସାରରେ ହେଉଥିବାରୁ ଏହାର ଚାହିଦା ଅଧିକ ଥାଏ। ସକାଳ ହେଲେ ଅନେକ ଲୋକ ଅପେକ୍ଷା କରିଥାନ୍ତି ଏହି ବନଜାତ ଦ୍ରବ୍ୟ କିଣି ଘରକୁ ନେଇଥାନ୍ତି। କିନ୍ତୁ ଅନେକ ସମୟରେ ବନବାସୀମାନେ ବେପାରୀଙ୍କ ଦ୍ୱାରା ଠକାମିର ଶୀକାର ହୋଇଥାନ୍ତି।

ଖାଉଟିମାନେ ମଧ୍ୟ ସେହି ସାମଗ୍ରୀକୁ ବେପାରୀଙ୍କଠାରୁ ଅଧିକ ଦାମ୍‌ରେ କିଣି କ୍ଷତିଗ୍ରସ୍ତ ହୋଇଥାନ୍ତି। ଏଣୁ ଅନେକ ସମୟରେ ବନବାସୀ-ବେପାରୀ ଏବଂ ଖାଉଟି-ବେପାରୀଙ୍କ ମଧ୍ୟରେ ବିବାଦ ଉପୁଜିଥାଏ। ଆଦିବାସୀଙ୍କୁ ବେପାରୀଙ୍କ ଶୋଷଣରୁ ମୁକ୍ତ କରିବା ପାଇଁ ପ୍ରଶାସନ କାୈଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଏହା ବୃଦ୍ଧି ପାଇବାରେ ଲାଗୁଛି। ଏଣୁ ଏହାକୁ ରୋକିବା ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ପ୍ରଶାସନଠାରେ ଦାବି କରିଛନ୍ତି। ବନବାସୀମାନେ ସହରରେ ବସି ସାମଗ୍ରୀ ବିକ୍ରି କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା, ବିଶ୍ରାମ ଓ ପାନୀୟ ଜଳ ସୁବିଧା କରିବା, ସେମାନେ ସାଙ୍ଗରେ ଧରି ଆସୁଥିବା ଛୋଟ ଛୋଟ ପିଲାଙ୍କ ପାଇଁ କ୍ରେଚ ବ୍ୟବସ୍ଥା କରାଯାଇପାରିଲେ ସେମାନେ ଉପକୃତ ହେବା ସହ ଶୋଷଣରୁ ମୁକ୍ତ ହୋଇ ପାରିବେ ବୋଲି ଶୁଆକାଟି ପାଟେଶ୍ୱର +୨ କଲେଜର ଅଧ୍ୟକ୍ଷ ରାମାକାନ୍ତ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?