ଉନ୍ନତ କାରବାର ଆଶାରେ ବ୍ୟବସାୟୀ;ଅର୍ଥମନ୍ତ୍ରୀଙ୍କ ଘୋଷଣା ଉତ୍ସାହ ଭରିଛି

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର କର୍ମଚାରୀଙ୍କ ଲାଗି ସୋମବାର ପ୍ୟାକେଜ ଘୋଷଣା କରିଛନ୍ତି। ଏହା ବ୍ୟବସାୟୀଙ୍କ ମନରେ ଉତ୍ସାହ ଭରିଥିବା ଜଣାପଡିଛି। ପାର୍ବଣରେ ଉନ୍ନତ କାରବାର ହେବା ନେଇ ବ୍ୟବସାୟୀମାନେ ଆଶା ରଖିଛନ୍ତି। ସରକାରଙ୍କ ଏଭଳି ପଦକ୍ଷେପ ଯୋଗୁ ସରକାରୀ କର୍ମଚାରୀଙ୍କ କ୍ରୟ ଶକ୍ତି ବଢିବ ବୋଲି ସର୍ବଭାରତୀୟ ବ୍ୟବସାୟୀ ମହାସଂଘ(ସିଏଆଇଟି) ପକ୍ଷରୁ କୁହାଯାଇଛି। ସେହିଭଳି ଘରୋଇ ବଜାରର ଚାହିଦା ବଢାଇବାରେ ଏହା ସହାୟକ ହେବ ବୋଲି ସଂଘ ଆଶାବାଦୀ ଥିବା କହିଛି। ବର୍ତ୍ତମାନ ସାରା ଦେଶରେ ବ୍ୟବସାୟ ସ୍ଥିତି ବିଗିଡିଛି।
ସରକାରଙ୍କ ଘୋଷଣା ଦ୍ୱାରା ଘରୋଇ ଉପକରଣ, ବିଜୁଳି ଏବଂ ଇଲେକ୍‌ଟ୍ରୋନିକ୍ସ ଉପକରଣ, କିଚେନ ଆପ୍ଲାଏନ୍ସ, ଏଫ୍‌ଏମ୍‌ସିଜି ପ୍ରଡକ୍ଟ, ଉପଭୋକ୍ତା ସାମଗ୍ରୀ, ଆପାରେଲ, ମୋବାଇଲ, ଜୋତା ଏବଂ ଉପହାର ସାମଗ୍ରୀ ଭଳି ଅନ୍ୟ ବର୍ଗର ସାମଗ୍ରୀ ଭଲ ବିକ୍ରି ହେବ ବୋଲି ଆଶା କରାଯାଉଛି। ସିଏଆଇଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ବି.ସି. ଭାରତୀୟା ଏବଂ ପ୍ରଭୀନ ଖଣ୍ଡେଲଓ୍ବାଲ କହିଛନ୍ତି, ସରକାରଙ୍କ ପଦକ୍ଷେପ କର୍ମଚାରୀଙ୍କ କ୍ରୟ ଶକ୍ତି ବଢ଼ାଇବା ଦିଗରେ ସହାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri