ରେଲୱେ ଓଭରବ୍ରିଜ ନିର୍ମାଣ ବନ୍ଦ ଦାବି କଲେ ବ୍ୟବସାୟୀ

ବାରିପଦା ଅଫିସ,୨୨।୬ – ମୟୂରଭଞ୍ଜ ଜିଲା ବାରିପଦା ସହରର କୃଷ୍ଣଚନ୍ଦ୍ର ଗୋଲେଇଠାରୁ ଷ୍ଟେଶନ ବଜାର ପର୍ଯ୍ୟନ୍ତ ରେଲୱେ ଓଭରବ୍ରିଜ ନିର୍ମାଣ ବନ୍ଦ କରିବା ନିମନ୍ତେ ଷ୍ଟେସନବଜାର ବ୍ୟବସାୟୀମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏ ସଂକ୍ରାନ୍ତରେ ଏକ ପ୍ରତିନିଧି ଦଳ ଜିଲାପାଳ ବିନୀତ ଭରଦ୍ୱାଜଙ୍କ ସହ ଆଲୋଚନା କରି ବିହୀତ ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ଦାବି ପୂରଣ ନ ହେଲେ ଶାନ୍ତିପୂର୍ଣ୍ଣ ଭାବେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ରେଲୱେ ବୋର୍ଡ ପକ୍ଷରୁ ଏଲ୍‌ସି ନଂ. ୩୬ରେ ଓଭର ବ୍ରିଜ ନିର୍ମାଣ ନେଇ ମୃତ୍ତିକା ପରୀକ୍ଷଣ ଆରମ୍ଭ କରାଯାଇଛ। ଓଭରବ୍ରିଜ ନିର୍ମାଣ କରିବା ପୂର୍ବରୁ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣ ପୂର୍ବକ ଉଚ୍ଛେଦ ପ୍ରକ୍ରିୟା ନିମନ୍ତେ ବାରିପଦା ତହସିଲଦାରଙ୍କ ନିକଟକୁ ଅବଗତ କରିଛନ୍ତି । ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହେଲେ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ୫ଶହ ପାଖାପାଖି ବ୍ୟବସାୟୀଙ୍କ ରୋଜଗାରରେ ବାଧା ଉପୁଜିବା ଆଶଙ୍କା ରହିଥିବାରୁ ଓଭର ବ୍ରିଜ ନିର୍ମାଣକୁ ବିରୋଧ କରିଛନ୍ତି। ସେହିପରି ୧୦ରୁ ଊର୍ଦ୍ଧ୍ୱ ଥର ରାସ୍ତାର ଉଭୟ ପାର୍ଶ୍ୱ ମାପ ସରିଥିଲେ ହେଁ ସରକାରୀ ସ୍ତରରେ ବ୍ୟବସାୟୀମାନଙ୍କୁ କୌଣସି ସୂଚନା ପ୍ରଦାନ କରାଯାଉ ନାହିଁ। ଫଳରେ ବ୍ୟବସାୟ ଚଳାଇଥିବା ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେହିପରି ୨ଶହରୁ ଊର୍ଦ୍ଧ୍ୱ ପରିବାରର ନିଜସ୍ବ ଜମିରେ ନିର୍ମାଣ କରିଥିବା କୋଠା ଓ ବ୍ୟବସାୟିକ ପ୍ରତିଷ୍ଠାନ ଉଚ୍ଛେଦ ହେଲେ ଅନେକ ସମସ୍ୟାର ସମ୍ମୁଖିନ ହେବେ ବୋଲି ଜଣାଇଛନ୍ତି । ଉକ୍ତ ରାସ୍ତାର ଉଭୟ ପାଶ୍ୱରେ ଥିବା ୬ଗୋଟି ସୋ’ରୁମକୁ ଥଇଥାନ କରିବା ପାଇଁ ବ୍ୟବସାୟୀମାନେ ଦାବି କରିଛନ୍ତି। ତେବେ ସମସ୍ତଙ୍କୁ ଥଇଥାନ ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri