ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ ବ୍ରହ୍ମପୁରସ୍ଥିତ ‘ଆମେ ସବୁ’ ଡିଜିଟାଲ ପ୍ଲାଟଫର୍ମ ପକ୍ଷରୁ ଆୟୋଜନ କରାଯାଇଥିଲା। ଏହି ଉତ୍ସବ ଉପଲକ୍ଷେ ପ୍ରସ୍ତୁତ ସୁଦୃଶ୍ୟ ସ୍ମରଣିକା **‘ଲାବଣ୍ୟ’**କୁ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ୍ ଉନ୍ମୋଚନ କରିଥିଲେ।

କାଳକ୍ରମେ ଲୋପ ପାଇବାକୁ ବସିଥିବା ବ୍ରହ୍ମପୁର ପାଟବସ୍ତ୍ରର ପରମ୍ପରାକୁ ପୁନର୍ଜୀବିତ କରିବା, ଏହାକୁ ଲୋକଲୋଚନକୁ ଆଣିବା ଏବଂ ବିଭିନ୍ନ ସ୍ଥାନରେ ପ୍ରଚାର ଓ ପ୍ରସାର କରି ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଥିଲା।

ଏହି ଉତ୍ସବରେ ଅଞ୍ଚଳର ବିଭିନ୍ନ ମ୍ୟାନେଜମେଣ୍ଟ ଅନୁଷ୍ଠାନ ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରୀଛାତ୍ରୀମାନେ ପ୍ରଥମ ଥର ପାଇଁ ଅଂଶଗ୍ରହଣ କରିଥିଲେ। ପ୍ରତିଯୋଗୀମାନେ ଅନୁଷ୍ଠାନ ପକ୍ଷରୁ ପ୍ରଦତ୍ତ ବ୍ରହ୍ମପୁର ପାଟବସ୍ତ୍ର ବ୍ୟବହାର କରି ବିଭିନ୍ନ ପ୍ରକାରର ଆକର୍ଷଣୀୟ ପାରମ୍ପରିକ ଓ ଆଧୁନିକ ପୋଷାକ ପ୍ରସ୍ତୁତ କରିଥିଲେ। ବ୍ରହ୍ମପୁର ପାଟବସ୍ତ୍ରକୁ ନେଇ ଏଭଳି ଫ୍ୟାସନ୍ ଶୋ ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିଲା।

ବ୍ରହ୍ମପୁର ପାଟବସ୍ତ୍ରର ପ୍ରଚାର ଓ ପ୍ରସାର ପାଇଁ ଏଭଳି ଅଭିନବ ପ୍ରୟାସକୁ ଜିଲାପାଳ ଭୂୟସୀ ପ୍ରଶଂସା କରିବା ସହ ଭବିଷ୍ୟତରେ ମଧ୍ୟ ଏପରି ଉଦ୍ୟମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଆକାଶବାଣୀ ବ୍ରହ୍ମପୁର କେନ୍ଦ୍ରର ପ୍ରାକ୍ତନ ନିର୍ଦ୍ଦେଶକ ତଥା **‘ଆମେ ସବୁ’**ର ମୁଖ୍ୟ କାର୍ଯ୍ୟନିର୍ବାହୀ ହୃଷୀକେଶ ପାଣିଗ୍ରାହୀ, ବିଶିଷ୍ଟ ମନସ୍ତତ୍ତ୍ୱବିତ୍ ସୁଦୀପ୍ତା ପାଣିଗ୍ରାହୀ ଏବଂ ‘ଆମେ ସବୁ’ ଛତ୍ରପୁର ଆଞ୍ଚଳିକ ମୁଖ୍ୟ ତଥା ବରିଷ୍ଠ ସମାଜସେବୀ ଅରୁଣ କୁମାର ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?