‘ଉତ୍ତମ ସ୍ବାସ୍ଥ୍ୟ ଗଠନରେ ପାରମ୍ପରିକ ଖାଦ୍ୟର ଆବଶ୍ୟକତା ରହିଛି’

ଦାରିଙ୍ଗବାଡ଼ି,୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ ପରିସର ମଧ୍ୟରେ ବୁଧବାର ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଓ ପ୍ରତିଯୋଗିତା ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଆଜିର ଦିନରେ ଅଧିକାଂଶ ବିଶେଷକରି ଯୁବପିଢ଼ି ଘର ଖାଦ୍ୟ ଅପେକ୍ଷା ବାହାରେ ହୋଟେଲ, ଫାଷ୍ଟଫୁଡ୍‌ ସେଣ୍ଟରରେ ଖାଇବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ଏଥିପାଇଁ ଅତି କମ୍‌ ବୟସରୁ ହିଁ ସ୍ବାସ୍ଥ୍ୟ ବିଗିଡ଼ି ଯାଉଛି। ତେଣୁ ଘରୋଇ ପ୍ରସ୍ତୁତ ଖାଦ୍ୟ ତଥା ପାରମ୍ପାରିକ ଖାଦ୍ୟ ପିଠା, ମିଠା ସହ ବରା, ପକୋ ଆଳୁ ଚପ୍‌, ସିଙ୍ଗଡ଼ା ଭଳି ସ୍ନାକ୍ସ ଘରେ ପ୍ରସ୍ତୁତି ଖାଦ୍ୟ ପ୍ରତି କିଭଳି ଆଗ୍ରହ ବଢ଼ିବ ସେନେଇ ଏହି ମେଳା ମାଧ୍ୟମରେ ସଚେତନ କରାଯିବା ସହ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ନିଜ ଘରେ ଓ ଗାଁରେ କିଭଳି ଅଧିକରୁ ଅଧିକ ଏଭଳି ପାରମ୍ପରିକ ଖାଦ୍ୟ ପ୍ରସ୍ତୁତି କରିବା ସହ ନିଜ ପିଲାମାନଙ୍କୁ, ପରିବାର, ସମ୍ପର୍କୀୟଙ୍କୁ ପାରମ୍ପରିକ ଖାଦ୍ୟ ଖାଇବାକୁ ଉତ୍ସାହିତ କରାଇବେ ସେଥିପାଇଁ ସେମାନଙ୍କୁ ଖାଦ୍ୟ ପ୍ରସ୍ତୁତିକୁ ନେଇ ପ୍ରତିଯୋଗିତା କରାଯାଇଥିଲ। ଏଥିରେ ୨୪ ଜଣ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସର୍ବୋଚ୍ଚ କୃତିତ୍ୱ ଭାବେ ଚୟନ କରାଯିବ ବୋଲି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା କହିଛନ୍ତି।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୁପରଭାଇଜର ଶକୁନ୍ତଳା ନାୟକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷିତୀଶ ପ୍ରିୟଦର୍ଶୀ ସାହୁ, ବିପିସି ପ୍ରଦୀପ ଭୋଇ,ବିପିଏ ପ୍ରଭାସିନୀ ପ୍ରଧାନ, ମହିଳା ଫେଡେରେଶନର ସଭାନେତ୍ରୀ ରଶ୍ମୀଦେବୀ ନାୟକ, ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପିକା ସସ୍ମିତା ସାମନ୍ତ ପ୍ରମୁଖ ଯୋଗଦେଇ ସୁସ୍ଥ ସ୍ବାସ୍ୟ ଗଠନ ପାଇଁ ଘରୋଇ ପାରମ୍ପରିକ ଖାଦ୍ୟର ଫାଇଦା ସମ୍ପର୍କରେ ମତ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri