ସହରରେ ଟ୍ରାଫିକ୍‌ କଟକଣା କଡ଼ାକଡ଼ି

ବାଲେଶ୍ୱର ଅଫିସ, ୨୦।୧: ବାଲେଶ୍ୱର ଜିଲାରେ ଦୁର୍ଘଟଣା, ଜୀବନହାନି ଏବଂ ଟ୍ରାଫିକ୍‌ ଜାମ୍‌ ହ୍ରାସ କରିବା ପାଇଁ ସହରର କେତୋଟି ନିର୍ଦ୍ଦିଷ୍ଟ ରାସ୍ତାରେ ଭାରିଯାନ ଚଳାଚଳ ନେଇ ଜିଲା ପ୍ରଶାସନ ତରଫରୁ କଟକଣା ଲାଗୁ କରାଯାଇଛି। ଆଇଟିଆଇ ଛକରୁ ଭାୟା ବାଲେଶ୍ୱର ବସ୍‌ଷ୍ଟାଣ୍ଡ, ଏଫଏମ୍‌ ଗୋଲେଇ ଦେଇ ସୁରଜ ହୋଟେଲ ଛକ, ପୋଲିସ ଲାଇନ ଛକରୁ ଭାୟା ଏଫଏମ୍‌ କଲେଜ ଦେଇ ହେମକାପଦା ଛକ, ଫକୀରମୋହନ ଗୋଲେଇରୁ ଭାୟା ଫାଣ୍ଡି ଛକ, ଚିଡ଼ିଆପୋଲ, ସଦର ମହକୁମା ଡାକ୍ତରଖାନା, ସିନେମା ଛକ ଏବଂ ମୋତିଗଞ୍ଜ ବଜାର ଦେଇ ଟାଉନ ଥାନା, ଷ୍ଟେଶନ ଛକରୁ ଭାୟା ଏଡିଏମ ଛକ, ଜିଲା ସ୍କୁଲ ଦେଇ ପାଣି ଟାଙ୍କି ଛକ, ମିର୍ଜାପୋଖରୀ ଛକରୁ ଭାୟା ମାଣିଖମ୍ବ ଏବଂ ବାରବାଟୀ ଦେଇ ବୁଢ଼ା କାର୍ତ୍ତିକ ଛକ, ମିର୍ଜାପୋଖରୀରୁ ଭାୟା ଟାଉନହଲ ଏବଂ ସିନେମା ଛକ ଦେଇ ବେବିଲୋନ ଛକ, ଟେକ୍ନିକାଲ ସ୍କୁଲ ଛକରୁ ଭାୟା ଏଡିଏମ ଛକ, ରାଜାବଗିଚା ଦେଇ ନାରୀସଂଘ, ଷ୍ଟେଶନ ଛକରୁ ଭାୟା ନାରୀସଂଘ ଦେଇ ପଢୁଆଁପଦା ଛକ, ହରିପୁର ଛକରୁ ଭାୟା ଗଳାପୋଲ, ଦରଜୀପୋଖରୀ, ଚୂନଭାଟି ଦେଇ ମିର୍ଜାପୋଖରୀ ଛକ ପର୍ଯ୍ୟନ୍ତ ରାସ୍ତାଗୁଡ଼ିକରେ ପୂର୍ବାହ୍ନ ୮ଟା ୩୦ମିନିଟ୍‌ରୁ ରାତି ୧୦ଟା ପର୍ଯ୍ୟନ୍ତ ଭାରୀଯାନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି ା
ହରିପୁର ପାର୍ଶ୍ୱରୁ ଆସୁଥିବା କେବଳ ଟ୍ରାକ୍ଟର, ମିନିଟ୍ରକ୍‌ଗୁଡ଼ିକୁ ଆନନ୍ଦ ବଜାର, ମାଲଗୋଦାମ, ଭାସ୍କରଗଞ୍ଜ ଛକ, ତେଲେଙ୍ଗା ସାହି ଛକ, ପୋଲିସ ଲାଇନ ଛକ ଦେଇ ଆଇଟିଆଇ ଛକ ଆଡ଼କୁ ଯିବା ଓ ସେହି ସମାନ ରାସ୍ତା ଦେଇ ଫେରିବାକୁ ଅନୁମତି ଦିଆଯିବ। ସେହିପରି ଚାନ୍ଦିପୁର ଅଞ୍ଚଳରେ ସମୁଦ୍ର ବେଳାଭୂମିରେ ଗାଡ଼ିଚାଳନା ଯୋଗୁ ଘଟୁଥିବା ଅଘଟଣକୁ କମାଇବା ପାଇଁ ସୋନପୁର ଛକରୁ ଆରମ୍ଭ କରି ଚାନ୍ଦିପୁର ପାନ୍ଥନିବାସ ପର୍ଯ୍ୟନ୍ତ ଯାନବାହନ ଚାଳନା ନିଷେଧ ଥିବା ଅଞ୍ଚଳରେ କଟକଣା ଲାଗୁ କରାଯାଇଛି। ଅନୁରୂପ ଭାବେ ଯାନବାହାନ ଚଳାଚଳ ପାଇଁ ଉଦ୍ଦିଷ୍ଟ ନ ଥିବା ତାଳସାରୀ ବେଳାଭୂମି ଅଞ୍ଚଳରେ ସମସ୍ତ ପ୍ରକାର ଯାନ ଚଳାଚଳ ଉପରେ କଟକଣା ଲାଗିଛି। ବାଲେଶ୍ୱର ସହରର ଫାଣ୍ଡିଛକ (ସହଦେବଖୁଣ୍ଟା ଥାନା)ରୁ ଆରମ୍ଭ କରି ଚିଡ଼ିଆପୋଲ ପର୍ଯ୍ୟନ୍ତ ମୁଖ୍ୟ ପରିବହନ ରାସ୍ତାରେ ଅବାଧ ଗାଡ଼ି ଚଳାଚଳ ପାଇଁ ଦୁଇଚକିଆ ଯାନ ବ୍ୟତୀତ ସମସ୍ତ ପ୍ରକାର ଯାନର ବେଆଇନ ପାର୍କିଂ ଉପରେ କଟକଣା ଲାଗୁ କରାଯାଇଛି। ଏ ସମସ୍ତ ଯାନ ମିଶନ ପଡ଼ିଆରେ ପାର୍କିଂ କରିବାକୁ କୁହାଯାଇଛି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଦ୍ୱାରା ଅନୁମୋଦିତ ଆଦେଶନାମା ଅନୁଯାୟୀ ଗତ ୧୭ ତାରିଖରୁ ଆସନ୍ତା ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ୩୦ଦିନ ପାଇଁ ଏହି ସମସ୍ତ କଟକଣା ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri