ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ ନାମକ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଓଡ଼ିଶାର ୨୬ଟି ଟ୍ରାଫିକ କନ୍‌ଷ୍ଟେବଲ ପୋଷ୍ଟ ପାଇଁ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇଛନ୍ତି। ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ପକ୍ଷରୁ ଏହି ପରୀକ୍ଷା ମୟୂରଭଞ୍ଜ ଜିଲାର ସଦର ମହକୁମା ବାରିପଦା ସହରର ଅନେକ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ହୋଇଛି। ବାରିପଦା ସହରରେ ଥିବା ମହାରାଣୀ ପ୍ରେମକୁମାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ ଆସିଛି। ସକାଳ ୯ଟାରୁ ୯ଟା ୪୫ ରିପୋର୍ଟିଂ ସମୟ ରହିଥିବା ବେଳେ ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ପ୍ରଶ୍ନପତ୍ର ଦିଆଯିବା ସମୟରେ ପରୀକ୍ଷାର୍ଥୀ ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ କରକଚିଆ ଗ୍ରାମର ହୃଷୀକେଶ ପ୍ରଶ୍ନପତ୍ରର ସିଲ୍‌ ପୂର୍ବରୁ କଟାଯାଇଥିବା ନେଇ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଜଣାଇଥିଲେ। ପର ମୁହୂର୍ତ୍ତରେ ଏହି ପରୀକ୍ଷା କେନ୍ଦ୍ର ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର(ଏଷ୍ଟାବ୍ଲିସମେଣ୍ଟ ସେକ୍ସନ) ବସୁନ୍ଧରା ଭିତିରିଆଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ପ୍ରଶ୍ନପତ୍ରଟି ପ୍ୟାକେଟ ଭିତରୁ ହିଁ ଏଭଳି ବାହାରିଥିବା ସେ କହିଥିଲେ। ଏନେଇ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଇବେ ବୋଲି ସେ କହିଛନ୍ତି। ପରୀକ୍ଷାର୍ଥୀମାନେ ଏହି ଘଟଣାକୁ ନିନ୍ଦା କରିବା ସହ ବାତିଲ କରି ପୁଣି ସ୍ବଚ୍ଛତାର ସହ ପରୀକ୍ଷା କରାଇବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri