ଟ୍ରାଫିକ୍‌ ନିୟନ୍ତ୍ରଣ, ରାସ୍ତା ନିର୍ମାଣ ହେଲା

ଆଠମଲ୍ଲିକ, ୧୪।୯(ଡି.ଏନ.ଏ.): ଆଠମଲ୍ଲିକ ବସ୍‌ଷ୍ଟାଣ୍ଡ ନିକଟସ୍ଥ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ଥିବା ମହେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ହୋଇଛି ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା। ଫଳରେ ବ୍ୟସ୍ତବହୁଳ ଏହି ରାସ୍ତା ପାର ହୋଇ ସ୍କୁଲକୁ ଯିବା ଓ ଫେରିବା ବେଳେ ଛାତ୍ରୀଛାତ୍ରମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ହୋଇପାରିଛି। ସମସ୍ୟା ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବାରୁ ଏଥିପାଇଁ ‘ଧରିତ୍ରୀ’ ଓ ଆଠମଲ୍ଲିକ ଥାନା ଆଇଆଇସି ନିରୋଦ କୁମାର ଦାସଙ୍କୁ ଅଭିଭାବକ ଏବଂ ସ୍କୁଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଧନ୍ୟବାଦ ଦିଆଯାଇଛି। ସେହିପରି ଆଠମଲ୍ଲିକ-ଧଳପୁର ସେତୁର ଆଠମଲ୍ଲିକ ପାର୍ଶ୍ୱ ସଂଯୋଗୀକରଣ ରାସ୍ତାର ଲିପ୍ତିଙ୍ଗା ଗ୍ରାମ ନିକଟରେ ବାକି ରହିଯାଇଥିବା ୬୦ ମିଟର ରାସ୍ତା ନିର୍ମାଣ ହୋଇପାରି ନ ଥିବା ସମ୍ପର୍କରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ପ୍ରଶାସନ ପକ୍ଷରୁ ତାହାର ସମାଧାନ କରାଯାଇଛି। ଏଥିପାଇଁ ଅଞ୍ଚଳବାସୀ ‘ଧରିତ୍ରୀ’କୁ ଧନ୍ୟବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ, ଆଠମଲ୍ଲିକ ସହର ଦେଇ ଯାଇଥିବା ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର ବସ୍‌ଷ୍ଟାଣ୍ଡ ନିକଟରେ ରହିଛି ମହେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର। ରାଜପଥର ଉଭୟ ପାର୍ଶ୍ୱରେ ଥିବା ଏହି ଶିକ୍ଷାନୁଷ୍ଠାନରେ ୧୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। କିନ୍ତୁ ସ୍କୁଲ ସମ୍ମୁଖରେ ଯାଇଥିବା ରାଜପଥ ଯୋଗୁ ସ୍କୁଲରେ ପ୍ରବେଶ ଓ ପ୍ରସ୍ଥାନ ବେଳେ ପିଲାମାନେ ସମସ୍ୟାର ସମ୍ମୁଖୀନ ହେଉଥିଲେ। ଏ ନେଇ ଜୁଲାଇ ୧୭ ତାରିଖରେ ‘ବିଦ୍ୟାଳୟ ସମ୍ମୁଖ ହେଉ ବିପଦ ମୁକ୍ତ’ ଶୀର୍ଷକ ଖବର ‘ଧରିତ୍ରୀ‘ରେ ପ୍ରକାଶ ପାଇଥିଲା। ସ୍କୁଲ ସମ୍ମୁଖରେ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ପାଇଁ ଆଇଆଇସି ଦାସ ପ୍ରତିଶ୍ରୁତି ଦେଇଥିଲେ। ତଦନୁଯାୟୀ ସ୍କୁଲ ସମ୍ମୁଖରେ ଥାନା ପକ୍ଷରୁ ଜଣେ ଗୃହରକ୍ଷୀଙ୍କୁ ନିୟୋଜିତ ସହ ଟ୍ରାଫିକ ନିୟନ୍ତ୍ରଣ କରିବା ପାଇଁ ସ୍ପିଡ୍‌ ବ୍ରେକର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ରୁଦ୍ର ମୋହନ ହୋତା, ମହେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଧାଂଶୁ ପ୍ରଧାନ ‘ଧରିତ୍ରୀ’ ଓ ଆଇଆଇସି ଦାସଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି ମହାନଦୀ ଉପରେ ଆଠମଲ୍ଲିକ-ଧଳପୁର ସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଥିବା ବେଳେ ସଂଯୋଗୀକରଣ ରାସ୍ତାର ଲିପ୍ତିଙ୍ଗା ଗ୍ରାମ ନିକଟରେ ଗୋଲେଇ ଛକ ନିର୍ମାଣ ଦାବି ଯୋଗୁ ୬୦ମିଟର ରାସ୍ତା ନିର୍ମାଣ ହୋଇପାରି ନ ଥିଲା। ଜୁନ ୧୮ରେ ‘ଶୀଘ୍ର ବାହାରୁ ସମାଧାନ ସୂତ୍ର’ ଶୀର୍ଷକ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ରାସ୍ତା ନିର୍ମାଣ କରାଯାଇଛି। ଏଥିପାଇଁ ଅଞ୍ଚଳବାସୀ ‘ଧରିତ୍ରୀ’କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri