ଦାୟିତ୍ୱ ଗ୍ରହଣ କଲେ ଟ୍ରାଫିକ ଡିସିପି ଏସ୍‌. ସୁଶ୍ରୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଦ୍ୱୈତନଗରୀ କଟକ-ଭୁବନେଶ୍ୱରର ନୂଆ ଟ୍ରାଫିକ ଡିସିପି ଭାବେ ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.ସୁଶ୍ରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଡିସେମ୍ବର ୨୯ରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ନିଯୁକ୍ତି ମିଳିଥିଲା। କାର୍ଯ୍ୟରେ ଯୋଗଦେବା ପରେ ସେ ଗଣମାଧ୍ୟମକୁ କହିଛନ୍ତି, ପୂର୍ବରୁ କେସିଙ୍ଗାରେ ଥିଲି, ଭୁବନେଶ୍ୱରକୁ ନୂଆ ଆସିଛି। ଏଠାରେ ଥିବା ସମସ୍ୟା ସମ୍ପର୍କରେ ପ୍ରଥମେ ଅବଗତ ହେବି ଓ ଏହି ସମସ୍ୟାର ସମାଧାନ ପାଇଁ ସର୍ବୋତ୍କୃଷ୍ଟ ପଦକ୍ଷେପ ଗ୍ରହଣ କରିବି। ଏଥିସହ ସହରର ସ୍ଥିତି ସୁଧାରିବା ଓ ଲୋକଙ୍କ ଆତଯାତ ଜୀବନଶୈଳୀରେ ସୁଧାର ଆଣିବାକୁ ପ୍ରୟାସ କରିବି ବୋଲି ସେ କହିଛନ୍ତି।
ସୁଶ୍ରୀଙ୍କ ପାଇଁ ଟ୍ବିନ୍‌ସିଟିର ଟ୍ରାଫିକ ନିୟନ୍ତ୍ରଣ କରିବା ବଡ଼ ଚ୍ୟାଲେଞ୍ଜ ହେବ। ସହରର ଟ୍ରାଫିକ୍‌ ଜାମ୍‌ ହଟାଇବା ସହ ନିୟମ ଉଲ୍ଲଂଘନକାରୀଙ୍କୁ ସେ କିଭଳି ସାବାଡ୍‌ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିବ। ଏସ୍‌. ସୁଶ୍ରୀ ୧୯୯୫ ଅକ୍ଟୋବର ୨୨ରେ କେରଳ କୋଲାମ ଜିଲାରେ ଜନ୍ମଗ୍ରହଣ କରିଥିଲେ। ୨୦୧୮ରେ ଭାରତୀୟ ପୋଲିସ ସେବା ପରୀକ୍ଷାରେ ୧୫୧ ର଼୍ୟାଙ୍କ୍‌ ରଖି ଉତ୍ତୀର୍ଣ୍ଣ ହୋଇଥିଲେ। ଏଥିସହ ମାତ୍ର ୨୩ ବର୍ଷ ବୟସରେ ସେ ଦେଶର ସର୍ବକନିଷ୍ଠ ଆଇପିଏସ୍‌ ଅଫିସର ହେବାର ଗୌରବ ଅର୍ଜନ କରିଥିଲେ। ଏହାପରେ ସେ ଓଡିଶା କ୍ୟାଡରରେ ଯୋଗଦେଇ ପ୍ରଥମେ କଳାହାଣ୍ଡି ଜିଲା କେସିଙ୍ଗା ଏସ୍‌ଡିପିଓ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri