ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ ଅଟକି ରହିଥିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି ।

ସୂଚନା ମୁତାବକ ଶନିବାର ଭୋର ସମୟରେ ଟ୍ରକର ବ୍ରେକ ଫେଲ ହେବା ସହ ଅନ୍ୟ ଏକ ଗାଡିକୁ ଧକ୍କା ଦେଇଥିଲା । ବର୍ତ୍ତମାନ ସୁଦ୍ଧା ଭଦ୍ରକ ଧାମରା ବ୍ରିଜ ତଳେ ଟ୍ରକଟି ରହି ରାସ୍ତା ଅବରୋଧ କରିଛି । ଫଳରେ ରାଜପଥରେ ଶହ ଶହ ସଂଖ୍ୟାରେ ଗାଡି ଅଟକି ରହିଛି । ଉତ୍କଟ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଖବରପାଇ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ଟ୍ରାଫିକ ନିୟନ୍ତ୍ରଣ ଆରମ୍ଭ କରିଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ଟ୍ରକକୁ ରାସ୍ତାରୁ ହଟାଇବାକୁ ପ୍ରୟାସ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily