ଟ୍ରାଫିକ୍‌ ଇନ୍ସପେକ୍ଟରଙ୍କୁ ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ, କାରରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ରାୟଗଡ଼ା,୯ା୨(ଆଶିଷ ରଞ୍ଜନ ପଣ୍ଡା): କ୍ଷମତାର ଦୁରୁପଯୋଗ କରି ବେଆଇନ ଭାବେ ବିପୁଳ ସମ୍ପତ୍ତି ଠୁଳ କରୁଛନ୍ତି ସରକାରୀ ବାବୁ। କିଏ ଖସିଯାଉଛନ୍ତି ତ ଆଉ କିଏ ଧରାପଡୁଛନ୍ତି। ଏବେ ଭିଜିଲାନ୍ସ ପଞ୍ଝାରେ ଫସିଛନ୍ତି ଆଉଜଣେ ସରକାରୀ ବାବୁ। ସେ ହେଲେ ଜଗତ୍‌ସିଂହପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର ଟ୍ରାଫିକ୍‌ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ମହାପାତ୍ର। ପ୍ରଶାନ୍ତ ୪.୨୭ ଲକ୍ଷ ଟଙ୍କା ଧରି ଭୁବନେଶ୍ୱର ଆସୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। କେତେଜଣ ଲୋକଙ୍କଠାରୁ ବିପୁଳ ପରିମାଣର ଟଙ୍କା ଗ୍ରହଣ କରିଥିବା ନେଇ ଭିଜିଲାନ୍ସ ଜାଣିବାକୁ ପାଇଥିଲା। ଏହାପରେ ଭିଜିଲାନ୍ସର ଟିମ୍‌ ତାଙ୍କ ଉପରେ ନଜର ରଖିଥିଲା। ଶୁକ୍ରବାର ୪ ଲକ୍ଷ ୨୭ ହଜାର ଟଙ୍କାକୁ ଧରି ପ୍ରଶାନ୍ତ କାର୍‌ (ଓଡି୦୨ସିପି୫୪୧୪) ଯୋଗେ ଜଗତ୍‌ସିଂପୁରରୁ ଭୁବନେଶ୍ୱର ଆସୁଥିବା ଭିଜିଲାନ୍ସ ଟିମ୍‌ ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ପାଇଥିଲା। କଟକ ଜିଲା ବିରିବାଟି ତାରିଣୀ ଛକ ନିକଟରେ ଭିଜିଲାନ୍ସ ଟିମ୍‌ ପ୍ରଶାନ୍ତଙ୍କ କାର୍‌କୁ ଅଟକାଇ ଯାଞ୍ଚ କରିବାରୁ ଉକ୍ତ ବିପୁଳ ଟଙ୍କା ମିଳିଥିଲା। ତେବେ ଏହି ଟଙ୍କା ସଂକ୍ରାନ୍ତରେ ସେ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ତେଣୁ ତାଙ୍କ ନିକଟରୁ ମିଳିଥିବା ସମସ୍ତ ଟଙ୍କାକୁ ଭିଜିଲାନ୍ସ ପକ୍ଷରୁ ଜବତ କରାଯାଇଛି। ଏହାପରେ ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ କରିଥିବା ଦିଗକୁ ନେଇ ଭିଜିଲାନ୍ସ ପକ୍ଷରୁ ପ୍ରଶାନ୍ତଙ୍କ ଦୁଇଟି ସ୍ଥାନରେ ଯାଞ୍ଚ ଜାରି ରହିଛି। ଏଥିସହ ବେଆଇନ ଟଙ୍କା ସଂକ୍ରାନ୍ତରେ ତାଙ୍କୁ ଅଧିକ ପଚରାଉଚରା କରାଯାଉଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆମ ରାୟଗଡ଼ା ପ୍ରତିନିଧିଙ୍କଠାରୁ ମିଳିଥିବା ସୂଚନାନୁସାlରେ, ରାୟଗଡ଼ା ଟାଉନ୍‌ ରାମକୃଷ୍ଣ ନଗରରେ ଭଡ଼ାରେ ଲାଗିଥିବା ପ୍ରଶାନ୍ତ ଘରେ ରାୟଗଡ଼ା ଭିଜିଲାନ୍ସର ୪ଜଣିଆ ଟିମ୍‌ ଯାଞ୍ଚ କରୁଛନ୍ତି। ଭଡ଼ାରେ ରହୁଥିବା ଲୋକଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri