ଚକା ଜାମ୍‌: ରାଜପଥରେ ଅଟକିଛି ଶହ ଶହ ଗାଡ଼ି

ଭଦ୍ରକ,୯। ୭(ସନାତନ ରାଉତ)- କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ତଥା ରାଷ୍ଟ୍ର ବିରୋଧୀ ଏବଂ କର୍ପୋରେଟ୍‌ ସପକ୍ଷବାଦୀ ନୀତିକୁ ବିରୋଧ କରି ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ ଏହାର ସହଯୋଗୀ ସଂଗଠନଗୁଡ଼ିକ ପକ୍ଷରୁ ବୁଧବାର ଭାରତ ବନ୍ଦ ପାଇଁ ଡାକରା ଦିଆଯାଇଛି। ଭଦ୍ରକ ସହର ବନ୍ତ ଛକ ଠାରେ ସକାଳ ୬ଟାରୁ ଶ୍ରମିକ ସଂଗଠନ କର୍ମକର୍ତ୍ତାମାନେ ଆନ୍ଦୋଳନ କରିବା ସହ ନାରାବାଜି କରିଛନ୍ତି l ଗାଡି ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇ ନ ପାରି ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି l ୧୬ ନଂ ଜାତୀୟ ରାଜପଥରେ ଶହ ଶହ ସଂଖ୍ୟାରେ ଗାଡି ଅଟକି ରହିଛି l ଟାଉନ ପୋଲିସ ଆନ୍ଦୋଳନସ୍ଥଳରେ ମୁତୟନ ରହିଛି l ଟ୍ରେଡ଼ ୟୁନିୟନ ସମନ୍ବୟ ସମିତି ସଭାପତି ଦିବ୍ୟସିଂହ ନାୟକ, କ୍ଷେତମଜଦୂର ୟୁନିୟନ ଭଦ୍ରକ ଜିଲା ସଭାପତି ପ୍ରଫୁଲ୍ଲ ପାଢୀ, ଜିଲା ସମ୍ପାଦକ ଗିରିଧାରୀ ନାଥ, ଏଆଇସିସିଟିୟୁ ଜିଲା ସମ୍ପାଦକ ସମର ବଳ, ସିଆଇଟିୟୁ ଜିଲା ସମ୍ପାଦକ କାଳନ୍ଦୀ ପାତ୍ର, ଜିଲା ଉପସଭାପତି ରାଧାନାଥ ଦାସ , ଓଡିଶା କୃଷକସଭା ରାଜ୍ୟ ଯୁଗ୍ମ ସମ୍ପାଦକ ବିକାଶ ନାଥ, ଜିଲା ସଭାପତି ଚନ୍ଦ୍ରଶେଖର ନାୟକ, ଏଆଇଟିୟୁସି ଜିଲା ସମ୍ପାଦକ ରମେଶ ଜେନା, ଚାଷୀ ନେତା ଶୁଭେନ୍ଦ୍ର ପ୍ରତାପ ମହାନ୍ତି ପ୍ରମୁଖ ଧର୍ମଘଟରେ ସାମିଲ ହୋଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri