ଦାରିଙ୍ଗବାଡ଼ିରେ ଟ୍ରାଫିକ୍‌ ଜାମ: ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ନାକେଦମ୍‌

ଦାରିଙ୍ଗବାଡି,୩୦।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଗୋଟିଏ ପଟେ ଶୀତର ମଜା ନେବାକୁ ଦୈନିକ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡିରେ ରାତ୍ରି ଯାପନ କରୁଥିବା ବେଳେ ବଣଭୋଜି ପାଇଁ ଭିଡ଼ ଜମାଇଛନ୍ତି। ଫଳରେ ଏଠାରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ବିଶେଷ କରି ଦାରିଙ୍ଗବାଡିରୁ ବାମୁଣୀ ଗାଁ ରାସ୍ତା ମଧ୍ୟରେ ଥିବା କଫି ବଗିଚା ସମେତ ପାଇନ ବଣ ମଧ୍ୟରେ ପ୍ରବଳ ଭିଡ଼ ଯୋଗୁ ସାଧାରଣ ଲୋକଙ୍କ ଯାତାୟାତରେ ସମସ୍ୟା ଦେଖାଯାଇଛି।

ଏପରି କି କଫି ବଗିଚା ସମ୍ମୁଖରେ ଉଠାଦୋକାନୀ ପସରା ମେଳାଇଛନ୍ତି। ଫଳରେ ପର୍ଯ୍ୟଟକମାନେ ଆବଶ୍ୟକ କନ୍ଧମାଳ ହଳଦୀ ସମେତ କଫି, ମସଲା, ସୋରିଷ ଆଦି ପାରମ୍ପରିକ ସାମଗ୍ରୀ କିଣିବାକୁ ଭିଡ଼ ଜମାଉଛନ୍ତି। ଫଳରେ ସମ୍ପୃକ୍ତ ଅଞ୍ଚଳରେ ଟ୍ରାଫିକ ସମସ୍ୟା ଦ୍ବିଗୁଣିତ ହେଉଛି। ସେହିପରି ଦାରିଙ୍ଗବାଡି ବଜାର ହୋଟେଲ ସମ୍ମୁଖରେ ପର୍ଯ୍ୟଟକମାନେ ଗାଡି ପାର୍କିଂ କରି ଖାଇବା ପାଇଁ ଅଟକୁ ଥିବାରୁ ବଜାର ମଧ୍ୟରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଦାରିଙ୍ଗବାଡି ପୋଲିସ ଟ୍ରାଫିକ ନିୟନ୍ତ୍ରଣ କରିବା ପାଇଁ ପାଟ୍ରୋଲିଂ ବ୍ୟବସ୍ଥାକୁ ବଢାଇ ଥିବା ବେଳେ ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ପୋଲିସ, ଆଇଆର୍‌ବି ଯବାନଙ୍କୁ ନିୟୋଜିତ କରାଯାଇଛି। ତଥାପି ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସକୁ ନାକେଦମ୍‌ ହେବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri