ପୋଲ ମରାମତି ପାଇଁ ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ଦାରିଙ୍ଗବାଡି, ୧।୭ (ଅରୁଣ ସାହୁ): ୫୯ନଂ ଜାତୀୟ ରାଜପଥ ପିପଳପଙ୍କା ଗ୍ରାମ ନିକଟ ଏକ ଅଣ ଓସାରିଆ ପୋଲକୁ ମରାମତି ପାଇଁ ଅଘୋଷିତ ରାସ୍ତା ଅବରୋଧ କରାଯାଇଛି। ଗାଡ଼ି ମଟରା ଅଟକି ରହିବା ଯୋଗୁ ବ୍ରହ୍ମପୁର, ରାଇପୁର, ଦାରିଙ୍ଗବାଡ଼ି, ସୋରଡ଼ା, ଭଞ୍ଜନଗର ଯାଉଥିବା ଯାତ୍ରୀମାନେ ହଇରାଣ ହେଉଛନ୍ତି। ଏହାକୁ ନେଇ ଯାତ୍ରୀ ଅସନ୍ତୋଷ ହେବା ସହ ଠିକାଦାର କାହିଁକି ଏହି ମରାମତି କାର୍ଯ୍ୟ ରାତିରେ ନକରି ଦିନରେ ରାସ୍ତା ବନ୍ଦ କରି କରୁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି। ଜାତୀୟ ରାଜପଥକୁ ଅବରୋଧ କରାଯାଇ ମରାମତି କରାଯିବ ବୋଲି ପୂର୍ବରୁ କୌଣସି ସୂଚନା ଦିଆଯାଇ ନ ଥିବାରୁ ତୀବ୍ର ଅସନ୍ତୋଷ ମଧ୍ୟ ଦେଖାଦେଇଛି। ରାସ୍ତା ଅବରୋଧ ଯୋଗୁ ଯାତ୍ରୀମାନେ ଉକ୍ତ ଜଙ୍ଗଲ ମଧ୍ୟରେ ଅଟକି ରହିଥିଲେ। ଗୋଟିଏ ପଟେ ଏବେ ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଚାଲିଥିବା ବେଳେ ଯାତ୍ରୀମାନେ ନିଜ ଗନ୍ତବ୍ୟ ସ୍ଥାନକୁ ଯାଇପାରୁ ନାହାନ୍ତି। ପ୍ରକାଶ ଯେ, ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ଏହି ରାଜପଥର ଦାରିଙ୍ଗବାଡ଼ି ବ୍ଲକ୍‌ ପଞ୍ଚୁପଲିଠାରୁ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ୍‌ ପିପଳପଙ୍କା ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୨୭ କି.ମି ରାସ୍ତା ଅଣ ଓସାରିଆ ସହ ସେଥି ମଧ୍ୟରେ ପ୍ରାୟ ୧୫ କିମି ରାସ୍ତା ଅଙ୍କାବଙ୍କା ଘାଟି ରାସ୍ତା ରହିଛି। ଅନେକ ସମୟରେ ଉକ୍ତ ଘାଟି ରାସ୍ତାରେ ଦୁର୍ଘଟଣା ଘଟୁଥିବା ନଜିର ରହିଥିବା ବେଳେ ସେହି ରାସ୍ତା ଦେଇ ଭାରିଯାନ ଯାତାୟାତ ସମ୍ଭବ ହେଉନାହିଁ। କେନ୍ଦ୍ର ସରକାରଙ୍କ ଜାତୀୟ ରାଜପଥ ନିର୍ମାଣ ବିଭାଗ ପକ୍ଷରୁ ୭ ଶହ ୧୮ କୋଟି ଟଙ୍କା ଅନୁଦାନ ରହିଛି। ତାହା ସମ୍ପ୍ରସାରଣ କାର୍ଯ୍ୟ କରାଗଲେ ହିଁ ସେହି ରାଜପଥ ବିପଦ ମୁକ୍ତ ହୋଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?