ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା: ଜାଣନ୍ତୁ କେଉଁଠି ରହିବ…

ଭୁବନେଶ୍ୱର,୨୨ା୧(ସତ୍ୟଜିତ୍‌ ରାଉତ):ଚଳିତବର୍ଷ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓ ଗୁରୁବାର ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ପରେଡ୍‌ ଏବଂ ଶୁକ୍ରବାର ସକାଳ ୭ରୁ ୧୧ଟା୩୦ ଯାଏ ପୂର୍ଣ୍ଣ ଅଭ୍ୟାସ ପରେଡ୍‌ ଅନୁଷ୍ଠିତ ହେବ। ଏଥିସହିତ ୨୬ ତାରିଖରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ସକାଳ ୬ଟା୩୦ରୁ ଆରମ୍ଭ ହେବାକୁ ଥିବାବେଳେ ସର୍ବସାଧାରଣଙ୍କ ସୁଗମନାଗମନ ଓ ପାର୍କିଂ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ମଙ୍ଗଳବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି।
କଟକଣା ସମୟରେ କୌଣସି ପ୍ରକାର ଭାରିଯାନ ରାମମନ୍ଦିର ଏବଂ ରାଜମହଲ ଛକ ପାର୍ଶ୍ୱରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକ ଯିବାକୁ ଦିଆଯିବ ନାହିଁ। କେବଳ ଦୁଇଚକିଆ ତଥା ହାଲୁକା ଯାନ ରାଜମହଲ ଛକରୁ ମାଷ୍ଟରକ୍ୟାଣ୍ଟିନ୍‌ ଆଡ଼କୁ ଆସିପାରିବ କିନ୍ତୁ ପିଏମ୍‌ଜି ଛକ ଆଡ଼କୁ ଯିବାପାଇଁ ଅନୁମତି ଦିଆଯିବ ନାହିଁ। ହାଉସିଂବୋର୍ଡ ଛକ ପାର୍ଶ୍ୱରୁ ରବୀନ୍ଦ୍ରମଣ୍ଡପ ଆଡକୁ ଆସୁଥିବା ଯାନବାହାନଗୁଡ଼ିକ କେଶରୀ ଟକିଜ୍‌ଠାରୁ ଆଗକୁ ନ ଯାଇ ସେହିଠାରୁ ବାମପାର୍ଶ୍ୱ ଲେନ୍‌ରେ ଯିବ। ସେହିପରି ଏଜି ଛକରୁ ପିଏମ୍‌ଜି ଛକ ଆଡ଼କୁ ଆସୁଥିବା ଯାନବାହନଗୁଡ଼ିକ ଜୟଦେବ ଭବନ ଗଳି ରାସ୍ତା ଦେଇ ଇଡକଲ୍‌ ଅଡିଟୋରିୟମ୍‌ ପଟୁ ଯିବେ। ୧୨୦ ବାଟାଲିୟନ୍‌ ଛକରୁ ରବୀନ୍ଦ୍ରମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଏମ୍‌.ଏଲ୍‌ଏ କଲୋନୀ ରାସ୍ତା ଦେଇ ୪ ନମ୍ବର ପାର୍ଶ୍ୱକୁ ଯିବେ। ମହାତ୍ମାଗାନ୍ଧୀ ମାର୍ଗ ସଂଲଗ୍ନ ସମସ୍ତ ଲେନ୍‌ ଓ ବାଇଲେନ୍‌ଗୁଡ଼ିକରେ ଯାନବାହନ ଚଳାଚଳ ବନ୍ଦ ରହିବ। କେବଳ ପଦଚାରୀମାନେ ଚାଲି ଚାଲି ମହାତ୍ମାଗkନ୍ଧୀ ମାର୍ଗକୁ ଆସିପାରିବେ। ତେବେ ସାଧାରଣତନ୍ତ୍ର ଦିବସରେ ପରେଡ୍‌ ସରିବା ଯାଏ ପିଏମ୍‌ଜି ଛକଠାରୁ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ କୌଣସି ଗ୍ୟାସ୍‌ ବେଲୁନ୍‌ ବିକ୍ରି ହୋଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri