ଟ୍ରାଫିକ୍‌, ପାର୍କିଂ ବ୍ୟବସ୍ଥା ହେବ କଡ଼ାକଡ଼ି

ଅନୁଗୋଳ ଅଫିସ, ୨୬।୧୧ – ଅନୁଗୋଳ ଜିଲାରେ ସଡ଼କ ଦୁର୍ଘଟଣାର ହାର ହ୍ରାସ କରିବା ପାଇଁ ଗୁରୁବାର ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ୫୫ନଂ. ଜାତୀୟ ରାଜପଥରେ ଚିହ୍ନଟ ହୋଇଥିବା ୬ଟି ବ୍ଲାକ୍‌ ସ୍ପଷ୍ଟର ତୁରନ୍ତ ମରାମତି ନିମନ୍ତେ ଚଳିତ ମାସ ଶେଷ ଭାଗରେ ଟେଣ୍ଡର ଡାକିବାକୁ ଜିଲାପାଳ ବୈଠକରେ ନିର୍ଦ୍ଦେଶ ଦେଇଥିଲେ। ସହରରେ ଟ୍ରାଫିକ୍‌ ଓ ପାର୍କିଂ ବ୍ୟବସ୍ଥାକୁ ସୁଗମ କରିବାକୁ ଏକ ବହୁମୁଖି ଟିମ୍‌ ଗଠନ କରାଯାଇଛି। ରାଜସ୍ବ, ପୋଲିସ, ତାମଡା, ପୌରପାଳିକା ଓ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ନେଇ ଏହି ଟିମ୍‌ ଗଢ଼ାଯାଇଛି। ବେଆଇନ୍‌ ଭାବେ ପାର୍କିଂ କରାଯାଇଥିବା ଓ ଜନଗହଳି ପୂର୍ଣ ସ୍ଥାନରେ ଗାଡ଼ି ଗୁଡ଼ିକ ପାର୍କିଂ ହୋଇଥିଲେ ଉକ୍ତ ଟିମ୍‌ ଯାଞ୍ଚ କରି କ୍ରେନ୍‌ ସାହାଯ୍ୟରେ ଗାଡ଼ି ଉଠାଇ ନେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସହରରେ ହୋଇଥିବା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସମ୍ମୁଖରେ ଗାଡ଼ି ନ ରଖିବାକୁ ଚୋତଇ ଦିଆଯାଇଛି। ବିନା ପାର୍କିଂ ବ୍ୟବସ୍ଥାରେ ଭେଣ୍ଡିଂ ଜୋନ ଚାଲିପାରିବ ନାହିଁ ଓ ଜେଲ୍‌ ପାଚେରି ପାଖରେ କୌଣସି ଦୋକାନ ବଜାର ହେବ ନାହିଁ ବୋଲି କୁହାଯାଇଛି। ଢେଙ୍କାନାଳ ଏମ୍‌ପିଙ୍କ ପତ୍ର ଅନୁଯାୟୀ ଜିଲାର ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ସାପ୍ତାହିକ ହାଟ ଚାଲୁଥିବାରୁ ଏହାର ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ କହିଛନ୍ତି। ସହରରେ ଥିବା ସମସ୍ତ ମଲ୍‌ ସେମାନଙ୍କ ପାର୍କିଂ ବ୍ୟବସ୍ଥା ସମ୍ପର୍କରେ ଜିଲା ପ୍ରଶାସନକୁ ଜଣାଇବେ। ସହରର ବିଭିନ୍ନ ଦୁର୍ଘଟଣା ପ୍ରବଣ ସ୍ଥାନରେ ଧଳା ସାଙ୍କେତିକ ଚିହ୍ନ ଓ ଲାଇଟ ବ୍ୟବସ୍ଥା କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଏହି ବୈଠକରେ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଆଡିସିନାଲ ଏସ୍‌ପି ସୁରେଶ ପ୍ରସାଦ ପାଣିଗ୍ରାହୀ, ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ବିଭାଭଞ୍ଜନ ସାମନ୍ତସିଂହାର, ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ସମରେନ୍ଦ୍ର ପଟ୍ଟନାୟକ, ସଂଗ୍ରାମ ରଞ୍ଜନ ଦାସଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri